ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ମେଗା ଆଇନସେବା ଶିବିର

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସ୍ଥାନୀୟ ଟାଉନହଲ ପରିସରରେ ଶନିବାର ଏକ ମେଗା ଆଇନ ସେବା ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ସଂଗୀତା ପାଣୀଙ୍କ ସଂଯୋଜନାରେ ଅନୁଷ୍ଠିତ ଶିବିରକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ଦୈାରାଜଜ ଗୋପାଳ ଚନ୍ଦ୍ର ବେହେରା ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଉଦଘାଟନ କରି ସମାଜର ଗରିବ, ଅବହେଳିତ ଓ ନିଷ୍ପେସିତ ବର୍ଗଙ୍କ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ମାଗଣା ଆଇନସେବା ଯୋଗାଇ ଦିଆଯାଉଥିବାରୁ ଏହାର ସୁଯୋଗ ନେବାକୁ ପରାମର୍ଶ ଦେଇଥିଲେ । ଏହି ଅବସରରେ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ, ଜିଲ୍ଲା ସାମାଜିକ ସୁରକ୍ଷା କାର୍ଯ୍ୟାଳୟ ପକ୍ଷରୁ ହିତାଧିକାରୀମାନଙ୍କୁ ବିଭିନ୍ନ ଯୋଜନାରେ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା । ଏହି ଶିବିରରେ ଅତିରିକ୍ତ ଜିଲ୍ଲାଜଜ ଅଜୟ କୁମାର ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ଦୁର୍ଗା ପ୍ରସାଦ ମହାରଣା, ମୁଖ୍ୟ ବିଚାର ବିଭାଗୀୟ ମ୍ୟାଜିଷ୍ଟ୍ରେଟ ବିବଶ୍ୱତ ଗୈାତ୍ତମ ପ୍ରମୁଖ ଯୋଗଦେଇ ବକ୍ତବ୍ୟ ରଖିଥିଲେ । ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ରାପଡା ଅଦାଲତର ସମସ୍ତ ଜୁଡିସିଆଲ ଅଧିକାରୀ, ସାମାଜିକ ସୁରକ୍ଷା ଅଧିକାରୀ ପ୍ରଭାସ ଦାସ, ଜିଲ୍ଲା ଶ୍ରମ ଅଧିକାରୀ, ଜିଲ୍ଲା ଆଇନସେବା ପ୍ରାଧିକରଣର ସମସ୍ତ କର୍ମଚାରୀ, ପାରା ଭଲ୍ୟୁଣ୍ଟିଅର ଓ ପ୍ୟାନେଲ ଲୟରମାନେ ଉପସ୍ଥିତ ଥିଲେ । ପ୍ରାଧିକରଣ ସଚିବ ଶ୍ରୀମତୀ ପାଣି ଆଇନସେବା ପ୍ରାଧିକରଣ ପକ୍ଷରୁ ଯୋଗାଇ ଦିଆଯାଉଥିବା ବିଭିନ୍ନ ସେବା ସମ୍ପର୍କରେ ସୂଚନା ପ୍ରଦାନ ସହିତ ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ