ଫାଇଭି ଟି ସଚିବଙ୍କୁ ମୁକ୍ତା ଯୋଜନା ପାଇଁ ପ୍ରସ୍ତାବ ପ୍ରଦାନ

ପୋଲସରା, (ଅନିଲ କୁମାର ମହାରଣା):ଓଡିଶା ସରକାରଙ୍କ ଫାଇଭି ଟି ସଚିବ ଭି.କେ.ପାଣ୍ଡିଆନଙ୍କୁ ଗଞ୍ଜାମ ଜିଲ୍ଲାପାଳ ମହୋଦୟ ଓ ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ “ମୁକ୍ତା” ଯୋଜନାରେ ବିଭିନ୍ନ କାର୍ଯ୍ୟପାଇଁ ଭିଡିଓ କନଫେରେନ୍ସ ମାଧ୍ୟମରେ ନଭେମ୍ବର ୧୭ ତାରିଖରେ ପ୍ରସ୍ତାବ ଦିଆଯାଇଥିବା ଜଣାପଡିଛି। ଗଞ୍ଜାମ ଜିଲ୍ଲାପାଳଙ୍କ ସଭାଗୃହରେ ଅନୁଷ୍ଠିତ ଭିଡିଓ କନଫେରନ୍ସ ମାଧ୍ୟମରେ ରାଜ୍ୟ ସରକାରଙ୍କ ଫାଇଭି ଟି ସଚିବ ଶ୍ରୀ ପାଣ୍ଡିଆନଙ୍କ ସହ ପୋଲସରା ଏନଏସିରେ ମୁକ୍ତା ଯୋଜନା ମାଧ୍ୟମରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ରୂପାନ୍ତରିତ କାର୍ଯ୍ୟପାଇଁ ପ୍ରସ୍ତାବ ଦିଆଯାଇଥିଲା। ଏହି କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ, ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଙ୍କ ସମେତ ପୋଲସରା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଶନ କୁମାର ଦାଶ, ପୋଲସରା ର ପୂର୍ବତନ ନଗରପାଳ ଓ କାଉନସିଲର ବୃନ୍ଦ ଏବଂ ବହୁ ବୁଦ୍ଧିଜୀବୀ ଯୋଗ ଦେଇଥିଲେ। ଏହି ଅବସରରେ ବିଧାୟକ ଶ୍ରୀ ସାହୁ ଓ ଅନ୍ୟମାନେ ଗଞ୍ଜାମ ଜିଲ୍ଲାପାଳ ଶ୍ରୀ କୁଲାଙ୍ଗେ ଙ୍କ ଜରିଆରେ ଫାଇଭି ଟି ସଚିବଙ୍କ ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ନିନେଦନ ପତ୍ର ପ୍ରଦାନ କରାଯାଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ