କେନ୍ଦ୍ରାପଡାରେ ୫-ଟି ବିଦ୍ୟାଳୟ ରୂପାନ୍ତରିତ କାର୍ଯ୍ୟକ୍ରମ ପାଇଁ ଚୂଡାନ୍ତ ପ୍ରସ୍ତୁତି

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଆସନ୍ତା ୨୦ତାରିଖରେ ୫-ଟି ବିଦ୍ୟାଳୟ ରୂପାନ୍ତରିତ କାର୍ଯ୍ୟକ୍ରମ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମୀକ୍ଷା କରିବା ସହ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ସହ ମତ ବିନିମୟ କରିବେ । ଏଥିନିମନ୍ତେ ଗୁରୁବାର ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ଚୂଡାନ୍ତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ କେନ୍ଦ୍ରାପଡା ମଣ୍ଡଳ ଉନ୍ନୟନ ଅଧିକାରୀ ଅଶ୍ୱିନୀ କୁମାର ଦାସଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଚୂଡାନ୍ତ ପ୍ରସ୍ତୁତି ବୈଠକରେ ବ୍ଲକ ଅଧ୍ୟକ୍ଷ ଶିବ ପ୍ରସାଦ ଭଳ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ରାଜେନ୍ଦ୍ର କୁମାର ପଣ୍ଡା, ଏବିଡିଓ ଅନିରୁଦ୍ଧ ବେହେରା, ହିରଣ୍ୟ ପଣ୍ଡା, ଯୁବନେତା ମହେଶ ପାଢୀ, ବିଜୟ ମଣ୍ଡଳ ପ୍ରମୁଖ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷାକୁ ସଫଳ କରାଇବା ନିମନ୍ତେ କି କି ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ସେ ସମ୍ପର୍କରେ ଆଲୋଚନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ