ଗଜପତିରେ ସାମ୍ବାଦିକମାନଙ୍କୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) : ଗଜପତି ଜିଲ୍ଲାରେ ଥିବା ବିଭିନ୍ନ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସ୍ୱାସ୍ଥ୍ୟବୀମା କାର୍ଡ ବଣ୍ଟନ କରାଯାଇଥିବାର ଜଣାପଡିଛି । ଏନେଇ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ଠାରେ ଡିଆଇପିଆର୍‌ଓ ସ୍ୱରାଜ ଶୀଶା ବିଭିନ୍ନ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସ୍ୱାସ୍ଥ୍ୟ ବୀମା କାର୍ଡ ବଣ୍ଟନ କରିଥିଲେ । ଏହି ସ୍ୱାସ୍ଥ୍ୟ ବୀମା କାର୍ଡ ପାଇ ପରେ ଗଣମାଧ୍ୟମ ପ୍ରତିନିଧିମାନେ ଖୁସି ବ୍ୟକ୍ତ କରିବା ସହ ରାଜ୍ୟସରକାଙ୍କ ଏଭଳି ପଦକ୍ଷେପ ଗ୍ରହଣ କରିଥିବାକୁ ନେଇ ସାଧୁବାଦ ଜଣାଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ