ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ ପାଇଁ ପ୍ରସ୍ତୁତି ବୈଠକ

ଭଣ୍ଡାରିପୋଖରୀ, (ଦୁର୍ଯୋଧନ ଲେଙ୍କା) : ଆସନ୍ତା ୨୬ତାରିଖ ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଦ୍ରକ ଜିଲ୍ଲା ଗସ୍ତ କରି ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିବେ । ଏହି ପରିପ୍ରେକ୍ଷୀରେ ଆଜି ଭଣ୍ଡାରିପୋଖରୀ ବ୍ଲକ ପ୍ରଶାସନ ପକ୍ଷରୁ ବିଡ଼ିଓ ଦେବଦତ୍ତ ଦାସଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ତହସିଲଦାର ସରୋଜକାନ୍ତ ନାୟକ, ଥାନା ଅଧିକାରୀ ମୃତ୍ୟୁଞ୍ଜୟ ପ୍ରଧାନ, ବନାଞ୍ଚଳ ଅଧିକାରୀ କୁଶ ଚରଣ ସିଂ, ଯୋଗାଣ ଅଧିକାରୀ ରେବତୀସ ସିଂ ନାୟକ, ଜୀବିକା ମିଶନ ଅଧିକାରୀ ସୁବ୍ରତ ପଣ୍ଡାଙ୍କ ସମେତ ସ୍ଵାସ୍ଥ୍ୟ ବିଭାଗ ଅଧିକାରୀ ମାନେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ଉଦ୍ଘାଟନୀ କାର୍ଯ୍ୟକ୍ରମ ପରେ ବ୍ଲକ ଅଂଚଳର ୨୭ହଜାର ୩୬୩ଜଣ ହିତାଧିକାରୀଙ୍କୁ କେଉଁ ଭଳି ପର୍ଯ୍ୟାୟ କ୍ରମେ ସୁଚାରୁରୂପେ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରାଯିବ ସେ ନେଇ ବୈଠକରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ