ତିନି ମୃତକଙ୍କ ପରିବାରକୁ ରେଡ଼କ୍ରସ ପାଣ୍ଠିରୁ ସହାୟତା

ପୋଲସରା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲା ପୋଲସରା ବ୍ଳକ ଅନ୍ତର୍ଗତ ଚିରିକିପଡା ଶାସନର ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ତିନି ପରିବାରଙ୍କୁ ରେଡକ୍ରସ ପାଣ୍ଠିରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିବା ଜଣାପଡିଛି। ନଭେମ୍ବର ୧୦ ତାରିଖ ଦିନ ଚିରିକିପଡା ଶାସନ ଗ୍ରାମର ଟୁକୁନା ଜେନା (୩୫), ସିଲୁ ଜେନା (୩୦) ଓ ସନ୍ତୋଷ ବେହେରା (୪୦) ତିନି ଜଣ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ। ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ତିନି ମୃତକଙ୍କ ପରିବାରଙ୍କୁ ଭେଟି ସମବେଦନା ଜଣାଇବା ସହ ବ୍ୟକ୍ତିଗତ ଭାବେ ଆର୍ଥିକ ସହାୟତା ପ୍ରଦାନ କରିବା ସହ ସରକାରୀ ସହାୟତା ଯୋଗାଇଦେବାକୁ ପ୍ରତିଶ୍ରୁତି ପ୍ରଦାନ କରିଥିଲେ। ସେହି ତିନି ମୃତକଙ୍କ ପରିବାରଙ୍କୁ ରେଡକ୍ରସ ପାଣ୍ଠିରୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ପୋଲସରା ତହସିଲଦାର ଦିଲ୍ଲୀପ କୁମାର ନାୟକ ଓ ପୋଲସରା ବିଡ଼ିଓ ସୁରଞ୍ଜନ କୁମାର ସାହୁ ଚିରିକିପଡା ଶାସନ ଗ୍ରାମର ତିନି ମୃତକଙ୍କ ପରିବାର ନିକଟକୁ ଯାଇ ପ୍ରତି ପରିବାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ୩୦ ହଜାର ଟଙ୍କାର ଚେକ ପ୍ରଦାନ କରିଥିଲେ। ଚେକ ପ୍ରଦାନ ସମୟରେ ଜିଲ୍ଲା ପରିଷଦ ସଦସ୍ୟା ସସ୍ମିତା ତାରାଇ, ଚିରିକିପଡା ଶାସନ ଗ୍ରାମ ପଞ୍ଚାୟତ ସରପଞ୍ଚ ସୁଜାତା କୁମାରୀ ସାହୁ, ଅଶୋକ କୁମାର ବିଷୋୟୀ, ଚନ୍ଦ୍ରଭାନୁ ସାହୁ ଓ ସମିତି ସଭ୍ୟାଙ୍କ ପ୍ରତିନିଧି ମନୋଜ କୁମାର ସାହୁ ଙ୍କ ସମେତ ଗ୍ରାମବାସୀ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ