ଗୋଲା ସାହି ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା

ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦର ୧୦ ନମ୍ବର ୱାର୍ଡ ଅନ୍ତର୍ଗତ ଗୋଲା ସାହି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନଭେମ୍ବର ୨୩ ତାରିଖ ଦିନ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ବୁଗୁଡା ବିଇଓ ପ୍ରଶନ କୁମାର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମେଳାକୁ ଉଦଘାଟନ କରିଥିଲେ। ଏହି ମେଳାରେ ମୁଖ୍ୟବକ୍ତା ଭାବେ ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ଯୋଗଦେଇଥିବା ବେଳେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି ବେହେରା ଅଧ୍ୟକ୍ଷତା କରିଥିଲେ। ସମାନିତ ଅତିଥି ଭାବେ ତାଳସାକର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୀମାଞ୍ଚଳ ସେଠୀ, ବିଦ୍ୟାଳୟର ଏସଏମସି ସଭାନେତ୍ରୀ ବାସନ୍ତୀ ପାତ୍ର, ସିଆରସିସି ପ୍ରତାପ ଚନ୍ଦ୍ର ଖଡଙ୍ଗା ଓ ଆଶୁତୋଷ ମିଶ୍ର ଯୋଗ ଦେଇଥିଲେ। ଅତିଥି ବୃନ୍ଦ ଶିକ୍ଷା ଅନୁଷ୍ଠାନର ୭୯ ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିବା ସହ ଭଲଭାବେ ପାଠ ପଢିବାକୁ ଓ ଉତ୍ତମ ନାଗରିକ ହେବାକୁ ପରାମର୍ଶ ଦେଇଥିଲେ। ବିଦ୍ୟାଳୟର ଶିକ୍ଷୟିତ୍ରୀ ଦ୍ୱୟ ସବିତା ପାତ୍ର ଓ ମଞ୍ଜୁବାଳା ମିଶ୍ର ମେଳା ପରିଚାଳନାରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ