ପୁଣି ନଷ୍ଟ ହେଲା ୧୫୫ ଏକର ବେଆଇନ୍‌ ଗଞ୍ଜେଇ ଚାଷ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ଜାରି ରହିଛି ଅପରେସନ୍‌ ନୀଳ ଜହର । ପୁଣି ନଷ୍ଟ ହେଲା ୧୫କୋଟି ୫୦ ଲକ୍ଷ ଟଙ୍କାର ବେଆଇନ୍‌ ଗଞ୍ଜେଇ ଗଛ । ମିଡ଼ିଆକିଆ ପଞ୍ଚାୟତର ମିଡ଼ିଆକିଆ ଓ କଡ଼ିତଗା ଅଞ୍ଚଳରେ ୧୫୫ ଏକର ଜଙ୍ଗଲ ଜମିରେ ହୋଇଥିଲା ବେଆଇନ୍‌ ଗଞ୍ଜେଇ ଚାଷ । ବାଲିଗୁଡ଼ା ଏସଡିପିଓ ଆଇପିଏସ୍‌ ଜି.ରାଘବେନ୍ଦ୍ର ରେଡ୍ଡୀ ଓ ଥାନା ଅଧିକାରୀ ବାବାଶଙ୍କର ସରାଫଙ୍କ ନେତୃତ୍ୱରେ ସଶସ୍ତ୍ର ପୋଲିସ ବାହିନୀ ଓ ଅବକାରୀ ପୋଲିସ୍‌ ଏହି ଅଞ୍ଚଳରେ ଚଢ଼ାଉ କରି ଗଞ୍ଜେଇ ଗଛ କାଟି ସେଥିରେ ନିଆଁ ଲଗାଇ ପୋଡ଼ି ନଷ୍ଟ କରିଛନ୍ତି । କନ୍ଧମାଳ ଏସପି ଭିନିତ୍‌ ଅଗ୍ରୱାଲଙ୍କ ନିର୍ଦ୍ଦେଶକ୍ରମେ ଏହି ଅପରେସନ୍‌ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା ବାଲିଗୁଡ଼ା ଥାନା ଅଞ୍ଚଳରୁ ୮୪୦ ଏକରରେ ହୋଇଥିବା ବେଆଇନ୍‌ ଗଞ୍ଜେଇ ଚାଷ ନଷ୍ଟ କରାଗଲାଣି, ଯାହାର ଆନୁମାନିକ ମୂଲ୍ୟ ୮୪ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ହେବ ବୋଲି ସୂଚନା ମିଳିଛି ଏବଂ ଅଞ୍ଚଳରୁ ଗଞ୍ଜେଇ ଚାଷ ମୂଳପୋଛ କରିବା ପାଇଁ କନ୍ଧମାଳ ପୋଲିସ୍‌ ଓ ଅବକାରୀ ବିଭାଗ ପକ୍ଷରୁ ଏହି ଅପରେସନ୍‌ ଜାରି ରହିଛି ଏବଂ ଆଗକୁ ମଧ୍ୟ ଜାରି ରହିବ ବୋଲି ବାଲିଗୁଡ଼ା ଏସଡିପିଓ ଆଇପିଏସ୍‌ ଜି.ରାଘବେନ୍ଦ୍ର ରେଡ୍ଡୀ କହିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ