ଆଦିବାସୀ ଆବାସିକ ବାଳିକା ବିଦ୍ୟାଳୟରେ
କରଞ୍ଜିଆ, (ଯୁଗାବ୍ଦ ନ୍ୟୁଜ) : ଆଦିବାସୀ ଆବାସିକ ବାଳିକା ବିଦ୍ୟାଳୟରେ ୨୬ ଜଣ କରନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପାଞ୍ଚପିଢ଼ ଅଞ୍ଚଳ ରେ ପୁଣି ଥରେ ମୁଣ୍ଡ ଟେକିଲାଣି କରୋନା ମହାମାରୀ । ପ୍ରାୟ ଦେଢ଼ବର୍ଷ ପରେ ଗତ କିଛି ଦିନ ହେବ ସ୍କୁଲ, କଲେଜ ଖୋଲି ଯାଇଥିବା ବେଳେ ଛାତ୍ରଛାତ୍ରଙ୍କ ଗହଳି ମଧ୍ୟ ଜମୁଛି । ଏପରି ସ୍ଥିତିରେ ମୁଖ୍ୟତଃ ସ୍କୁଲ କଲେଜରେ ଅଧିକାଂଶ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଆଦିବାସୀ ଆବାସିକ ବାଳିକା ବିଦ୍ୟାଳୟରେ ୨୬ ଜଣ କରନା ଆକ୍ରାନ୍ତ ଚିହ୍ନଟ । ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ବ୍ଲକ ଚମକପୁର ଠାରେ ଥିବା ଚମକପୁର ଆବାସିକ ଆଦିବାସୀ ବାଳିକା ବିଦ୍ୟାଳୟ ରେ ୨୬ ଜଣ ଛାତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବାର ଜଣାଯାଇଛି । ଏ ନେଇ ଜିଲ୍ଲା ପ୍ରଶାସନ ତତ୍ପର ଥିବାର ଜଣାଯାଇଛି । ଆଜି ଉକ୍ତ ବିଦ୍ୟାଳୟକୁ ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ କରଞ୍ଜିଆ ଉପଜିଲ୍ଲାପାଳ ଡ. ରଜନୀକାନ୍ତ ବିଶ୍ୱାଳଙ୍କ ସମେତ ସ୍ଥାନୀୟ ବିଡ଼ିଓ, ତହସିଲଦାର, ଡ଼ାକ୍ତରୀ ଟିମ ବିଦ୍ୟାଳୟରେ ପହଞ୍ଚିବେ। ସେଠାରେ ଜଣେ ଡାକ୍ତରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆକ୍ରାନ୍ତ ଛାତ୍ରୀ ମାନଙ୍କର ଚିକିତ୍ସା କରାଯିବା ବୋଲି ଉପଜିଲ୍ଲାପାଳ ସୂଚନା ଦେଇଛନ୍ତି । ଆବାସିକ ବିଦ୍ୟାଳୟରେ ମୋଟ ୨୫୯ ଜଣ ଛାତ୍ରୀ ରହି ପାଠ ପଢ଼ୁଥିବା ବେଳେ ୨୦ ଜଣ କର୍ମଚାରୀ ରହିଛନ୍ତି । ସେମାନଙ୍କ ମଧ୍ୟରୁ କିଛିଦିନ ପୂର୍ବରୁ କେତେକ ଛାତ୍ରୀ ଅସୁସ୍ଥ ରହିବାରୁ ଗତ ଗୁରବାର ଦିନ ସେମାନଙ୍କ କରୋନା ପରୀକ୍ଷା କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୨୨ ଜଣ କରୋନା ପିଜିଟିଭ ଥିବାର ଜଣା ଯାଇଥିଲା। ଶୁକ୍ରବାର ମଧ୍ୟ ୪ ଜଣ ଛାତ୍ରୀ କରୋନାରେ ଆକ୍ରାନ୍ତ ଥିବା ପରୀକ୍ଷାରୁ ଜଣାପଡିବା ପରେ ଶୁକ୍ରବାର ସୁଦ୍ଧା ମୋଟ ୨୬ ଜଣ ଛାତ୍ରୀ ଆକ୍ରାନ୍ତ ଥିବାର ଜଣା ପଡ଼ିଛି । ୧୫ ଜଣଙ୍କ ସ୍ୱାବ ଟେଷ୍ଟ ପାଇଁ ବାରିପଦା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି । ସମସ୍ତ ଚିହ୍ନଟ ଆକ୍ରାନ୍ତ ମାନଙ୍କୁ ବିଦ୍ୟାଳୟ ପରିସରରେ ସଙ୍ଗରୋଧରେ ରଖାଯାଇ ଚିକିତ୍ସା କରାଯାଉଛି । ଜଣେ ଡାକ୍ତରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆକ୍ରାନ୍ତ ଛାତ୍ରୀମାନଙ୍କର ଚିକିତ୍ସା କରାଯିବା ସହ ସେଠାରେ ଏକ ଆମ୍ବୁଲାନ୍ସ ମଧ୍ୟ ଉପସ୍ଥିତ ରହିବ ବୋଲି ପାଞ୍ଚପିଢ଼ ଉପଜିଲ୍ଲାପାଳ ରଜନୀକାନ୍ତ ବିଶ୍ୱାଳ ଙ୍କଠାରୁ ସୂଚନା ମିଳିଛି । କରୋନା ପଜିଟିଭ ବାହାରିବା ପରେ ଅନ୍ୟ ଛାତ୍ରୀ ଓ ଅଭିଭାବକମାନେ ଆଶଙ୍କା ମଧ୍ୟରେ ରହିଛନ୍ତି ।ଏପରିକି ଅନ୍ୟ ଅଞ୍ଚଳ ର ଛାତ୍ର,ଛାତ୍ରୀ, ଶିକ୍ଷକ ଓ ଅଭିଭାବକ ମାନଙ୍କ ମଧ୍ୟରେ ଭୟ ପ୍ରକାଶ ପାଇଛି ।


