ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) : ଗଜପତି ଜିଲ୍ଲା ଗୁମ୍ମାବ୍ଲକ ପଦ୍ମପୁର ସ୍ଥିତ ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମକି ବିଦ୍ୟାଳୟର ଜାତୀୟ ସେବା ଯୋଜନା ଓ ନେହେରୁ ଯୁବ କେନ୍ଦ୍ରର ମିଳିତ ଆନୁକୁଲ୍ୟରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଅଧ୍ୟକ୍ଷ ମନୋଜ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ନେହେରୁ ଯୁବ କେନ୍ଦ୍ରର ଯୁବ ଅଧିକାରୀ ବିଜୟ କୁମାର ମହାପାତ୍ରଙ୍କ ନିର୍ଦ୍ଦେଶ କ୍ରମେ କାର୍ଯ୍ୟକର୍ତ୍ତମାନେ ଯୋଗ ଦେଇଥିଲେ । ଅଧ୍ୟାପକ ରବେନ୍ଦ୍ର ପାଣିଗ୍ରାହୀ, ଡା. ନଳନୀ କୁମାରୀ ସାବତ ଓ ପି.ପ୍ରସାଦ ରାଓ କାର୍ଯ୍ୟକ୍ରମରେ ପିଲାମାନଙ୍କୁ ସମ୍ବିଧାନ ଦିବସ ସମ୍ପର୍କରେ ଆଲୋଚନା କରିଥିଲେ । ଏନ୍ଏସ୍ଏସ୍ ପ୍ରୋଗ୍ରାମ ଅଫିସର ଅଧ୍ୟାପକ ସୀତାରାମ ପ୍ରଧାନ ଉକ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବାବେଳେ ନେହେରୁ ଯୁବ କେନ୍ଦ୍ରର ସଭ୍ୟ ବି.ଭବାନୀ ପ୍ରସାଦ ଏ.ମହେଶ୍ୱର ରାଓ, ପୂର୍ବତନ ସଦସ୍ୟା ଝୁମୁରୀ ଭୂୟାଁ ପ୍ରମୁଖ ସହଯୋଗ କରିଥିଲେ । କାର୍ଯ୍ୟକ୍ରମ ଶେଷରେ ନେହେରୁ ଯୁବ କେନ୍ଦ୍ରର ସଦସ୍ୟା ମୋହିନୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।


