ଯଶୋଦା ଫାଉଣ୍ଡେସନ୍ ପକ୍ଷରୁ ବୃଦ୍ଧବୃଦ୍ଧାଙ୍କୁ ମାସ୍କ ଓ ଶୀତ ବସ୍ତ୍ର ବଣ୍ଟନ
ଛତ୍ରପୁର, (ଦେବଦତ୍ତ ମହାରଣା):ସ୍ଥାନୀୟ ତାଡେପଲ୍ଲୀ ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅଗ୍ରଣୀ ସ୍ୱେଚ୍ଛାସେବୀ ସଙ୍ଗଠନ ଯଶୋଦା ଫାଉଣ୍ଡେସନ୍ ପକ୍ଷରୁ ଟ୍ରଷ୍ଟି ସାଗରିକା ପଣ୍ଡାଙ୍କ ଅଧ୍ୟକ୍ଷତାରେ ବୃଦ୍ଧବୃଦ୍ଧା ମାନଙ୍କୁ ଶୀତବସ୍ତ୍ର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଛତ୍ରପୁର ବ୍ଲକ ଅନ୍ତର୍ଗତ ଦନେଇ ବ୍ରହ୍ମପୁର ଗ୍ରାମର ୧୧ ଜଣ ଅସହାୟ ବୃଦ୍ଧବୃଦ୍ଧା ମାନଙ୍କୁ ଟ୍ରଷ୍ଟ ପକ୍ଷରୁ ମାସ୍କ ସହ ଶୀତ ବସ୍ତ୍ ବଣ୍ଟନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୂରୀ, ଶିକ୍ଷାବିତ୍ କୃପାସିନ୍ଧୁ ପଣ୍ଡା, ଯୁବ ବିଜେଡି ନେତା ଅଟଳ ବିହାରୀ ପଟ୍ଟନାୟକ, ଛତ୍ରପୁର ପ୍ରେସ କ୍ଲବର ସଭାପତି ପ୍ରଶାନ୍ତ କୁମାର ମହାରଣା, କୋଷାଧ୍ୟକ୍ଷ ସରୋଜ କୁମାର ସାମଲ, ଯୁବ ସାମ୍ବାଦିକ ସନ୍ତୋଷ କୁମାର ସାହୁ ପ୍ରମୁଖ ଯୋଗ ଦେଇ କରୋନା ମହାମାରୀ ର ତୃତୀୟ ଲହର ଆସିବାର ସମ୍ଭାବନା ରହିଥିବାରୁ ସମସ୍ତେ କିପରି ମାସ୍କ ସହ ସଚେତନତା ରହିବେ ସେ ସଂପର୍କରେ ବୃଦ୍ଧବୃଦ୍ଧା ମାନଙ୍କୁ ସଚେତନତା କରିବା ସହ ଶୀତ ବସ୍ତ୍ର ବଣ୍ଟନ କରିଥିଲେ । ସମସ୍ତ କାର୍ଯ୍ୟକ୍ରମକୁ ଟ୍ରଷ୍ଟି ଶ୍ରୀମତି ପଣ୍ଡା ଓ ପୁଷ୍ପାଞ୍ଜଳୀ ସାହୁ ପରିଚାଳନାରେ ସହ ଯୋଗ କରିଥିଲେ ।


