ଚଳିତ ଶିକ୍ଷା ବର୍ଷର ନୂତନ ଛାତ୍ରୀମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ଶ୍ରୀ ବଳଦେବ ଜୀଉ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚଳିତ ଶିକ୍ଷା ବର୍ଷର ଯୁକ୍ତ ଦୁଇ ପ୍ରଥମ ବର୍ଷର ଛାତ୍ରୀମାନଙ୍କୁ ନଭେମ୍ବର ୨୯ ତାରିଖ ଦିନ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଏବଂ ସମ୍ମାନିତ ଅତିଥି ଭାବେ ଭଞ୍ଜନଗର ଉପଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ ଓ ବୁଗୁଡା ତହସିଲଦାର ସଂଗ୍ରାମ କେଶରୀ ଜେନା ଯୋଗ ଦେଇଥିବା ବେଳେ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ ମନୋଜ କୁମାର ସ୍ୱାଇଁ ଅଧ୍ୟକ୍ଷତା କରିଥିଲେ। ପ୍ରଥମେ ଯୁକ୍ତ ଦୁଇ ପ୍ରଥମ ବର୍ଷର ଛାତ୍ରୀମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ଅତିଥି ବୃନ୍ଦ ଉତ୍ତମ ଚରିତ୍ର, ଉତ୍ତମ ସଂସ୍କାର ଓ ଉତ୍ତମ ଶିକ୍ଷା ଗ୍ରହଣ କରି ଶିକ୍ଷାନୁଷ୍ଠାନ ଓ ପିତାମାତାଙ୍କ ସୁନାମ ବଜାୟ ରଖିବାକୁ ପରାମର୍ଶ ଦେଇଥିଲେ। କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ