ଗଜପତିରେ ୫୯ ଗୃହରକ୍ଷୀ ପ୍ରତିଷ୍ଠା ଦିବାସ ପାଳିତ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) – ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ୫୯ ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ ସହର ଉପକଣ୍ଠସ୍ଥ ବେତାଗୁଡା ଠାରେ ଥିବା ରିଜର୍ଭ ପୋଲିସ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥି ମୁଖ୍ୟ ଅତିଥି ଭାବେ ଯୋଗଦେଇ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବହୁ ବରିଷ୍ଠ ପୋଲିସ ଅଧିକାରୀ ସମେତ ସମସ୍ତ କର୍ଚାରୀ ଉପସ୍ଥିତ ଥିଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଶତପଥୀ ଗୃହରକ୍ଷୀ ମାନଙ୍କର ନିସ୍ୱାର୍ଥପର ଜନସେବା ପାଇଁ ଭୂୟସି ପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଡିଏସ୍‌ପି ରାଜକିଶୋର ଦାସ, ଏସ୍‌ଡିପିଓ (ଏଚ୍‌ଆର୍‌ପିସି) ରାମକୃଷ୍ଣ ପତିଆଦର୍ଶ ଥାନା ଅଧିକାରୀ ବିବେକାନନ୍ଦ ସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ