ଦୁଇ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବର ପଞ୍ଚାୟତର ହରିହର ସାହି ଏବଂ ନୂଆଁ ପରଶୁଲୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ ଚଳିତ ବର୍ଷର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ହରିହର ସାହି ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅଭାଗୀନୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୋଷାକ ବିତରଣ ଉତ୍ସବରେ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ପ୍ରତାପ ଚନ୍ଦ୍ର ଶତପଥୀ,ପୂର୍ବତନ ସିଆରସିସି ବାଳକୃଷ୍ଣ ସାବତ ଏବଂ ବିଞ୍ଚଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ନରେଶ ବ୍ରହ୍ମା ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ପୋଷାକ ଏବଂ ଜୋତା ବଣ୍ଟନ କରିଥିଲେ I ସହକାରୀ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି ରଥ ଏବଂ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶିବରାମ ଗୌଡ଼ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ I ସେହିପରି ନୂଆଁ ପରଶୁଲୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ କ୍ରିଷ୍ଣା କୁମାରୀ ଦେବୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୋଷାକ ବିତରଣ ଉତ୍ସବରେ ପୂର୍ବତନ ସିଆରସିସି ଶ୍ରୀ ଶତପଥୀ, ଶ୍ରୀ ସାବତ ଏବଂ ଶିକ୍ଷକ ଶ୍ରୀ ବ୍ରହ୍ମା ଅତିଥି ଭାବେ ଯୋଗ ଦେଇ ଛାତ୍ର ଛାତ୍ରୀଙ୍କୁ ପୋଷାକ ବିତରଣ କରିଥିଲେ I ସହକାରୀ ଶିକ୍ଷକ କାହ୍ନୁ ଚରଣ ନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ I

 

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ