ପୋଲସରା ବ୍ଲକରେ ବାର୍ଦ୍ଧକ୍ୟ : ଭିନ୍ନକ୍ଷମ ଓ ବିଧବା ଭତ୍ତା ବଣ୍ଟନ
ବୁଗୁଡ଼ା, (ଅନିଲ କୁମାର ମହାରଣା) : ଗଞ୍ଜାମ ଜିଲ୍ଲା, ପୋଲସରା ବ୍ଲକର ବାର୍ଦ୍ଧକ୍ୟ, ଭିନ୍ନକ୍ଷମ ଓ ବିଧବା ହିତାଧିକାରୀଙ୍କୁ ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଭତ୍ତା ବଣ୍ଟନ କରିଛନ୍ତି । ପୋଲସରା ସମିତି ସଭାଗୃହରେ ଡିସେମ୍ବର ୧୪ ତାରିଖ ଦିନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପୋଲସରା ବିଡ଼ିଓ ସୁରଞ୍ଜନ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ୧୦୫ ଜଣ ବୁଢ଼ାବୁଢ଼ୀ, ଭିନ୍ନକ୍ଷମ ଓ ବିଧବା ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରିଥିଲେ । ଏହି ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ବଳରାମ ସେଠୀ, ଉପାଧ୍ୟକ୍ଷା ସଂଯୁକ୍ତା ବାଡତ୍ୟା ଓ ଏବିଡ଼ିଓ ଧର୍ମରାଜ ପରିଡା ମଞ୍ଚାସୀନ ଥିଲେ । କାର୍ଯ୍ୟକ୍ରମରେ ବ୍ଳକ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ ।