ତିନି ଗୋଟି ଗ୍ରାମ ପଞ୍ଚାୟତରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ
ବୁଗୁଡ଼ା, (ଅନିଲ କୁମାର ମହାରଣା) : ପୋଲସରା ବ୍ଲକର ତିନି ଗୋଟି ଗ୍ରାମ ପଞ୍ଚାୟତରେ ମଙ୍ଗଳବାର ଦିନ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ର ସ୍ମାର୍ଟ କାର୍ଡ ହିତାଧିକାରୀ ମାନଙ୍କୁ ବଣ୍ଟନ କରାଯାଇଛି । ପୋଲସରା ବିଧାୟକ, ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ହିତାଧିକାରୀଙ୍କୁ ବିଏସକେୱାଇ ସ୍ମାର୍ଟ କାର୍ଡ ବଣ୍ଟନ କରିଥିଲେ । ପୋଲସରା ବିଡ଼ିଓ ସୁରଞ୍ଜନ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପୋଲସରା ବ୍ଲକର ମଧୂପଲ୍ଲୀ, ବଡ଼ ପଙ୍କଳବାଡ଼ି ଓ ଭାବରଡା ଗ୍ରାମ ପଞ୍ଚାୟତର ହିତାଧିକାରୀ ବୃନ୍ଦଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ର ସ୍ମାର୍ଟ କାର୍ଡ ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ପୋଲସରା ବ୍ଲକ ଅଧ୍ୟକ୍ଷ ବଳରାମ ସେଠୀ, ଉପାଧ୍ୟକ୍ଷା ସଂଯୁକ୍ତା ବାଡତ୍ୟାଙ୍କ ସମେତ ପ୍ରତ୍ୟେକ ପଞ୍ଚାୟତରେ ସ୍ଥାନୀୟ ସରପଞ୍ଚ ଓ ଅନ୍ୟାନ୍ୟ ଲୋକପ୍ରତିନିଧି ବୃନ୍ଦ ଉପସ୍ଥିତ ରହିଥିଲେ । ବ୍ଲକ ଓ ପଞ୍ଚାୟତ କର୍ମଚାରୀ ବୃନ୍ଦ ବିଏସକେୱାଇ ସ୍ମାର୍ଟ କାର୍ଡ ବଣ୍ଟନରେ ସହଯୋଗ କରିଥିଲେ ।


