ପଞ୍ଚମ ଦିବସରେ ଛଅ ପଞ୍ଚାୟତରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ
ପୋଲସରା, (ଅନିଲ କୁମାର ମହାରଣା):ପୋଲସରା ନିର୍ବାଚନ ମଣ୍ଡଳୀର ପୋଲସରା ବ୍ଲକ ଓ ବୁଗୁଡା ବ୍ଲକର ଛଅ ଗୋଟି ଗ୍ରାମ ପଞ୍ଚାୟତରେ ପଞ୍ଚମ ଦିବସ ଡିସେମ୍ବର ୧୭ ତାରିଖ ରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ( ବିଏସକେୱାଇ ) ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପୋଲସରା ବ୍ଲକରେ ରୁମାଗଡ଼, ଜକର, ମଥୁରା,ଓ ସୋଡ଼କ ପଞ୍ଚାୟତରେ ଅନୁଷ୍ଠିତ ବିଏସକେୱାଇ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ବଣ୍ଟନ କରିଥିଲେ। ପୋଲସରା ବ୍ଲକ ବିଡ଼ିଓ ସୁରଞ୍ଜନ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷ ବଳରାମ ସେଠୀ, ଉପାଧ୍ୟକ୍ଷା ସଂଯୁକ୍ତା ବାଡ଼ତ୍ୟା, ଏବିଡ଼ିଓ ଧର୍ମରାଜ ପରିଡା, ସିଡିପିଓ କୁନ୍ତାଳ କୁମାରୀ ନାୟକ ଓ ସ୍ଥାନୀୟ ସରପଞ୍ଚ, ସମିତି ସଭ୍ୟ ସଭ୍ୟା ବୃନ୍ଦ ଉପସ୍ଥିତ ଥିଲେ। ସେହିପରି ପଞ୍ଚମ ଦିବସ ଶୁକ୍ରବାର ଦିନ ବୁଗୁଡା ବ୍ଲକର କରଚୁଲି ଓ କରସିଙ୍ଗି ଗ୍ରାମ ପଞ୍ଚାୟତରେ ବିଏସକେୱାଇ ସ୍ମାର୍ଟ କାର୍ଡ ବଣ୍ଟନ କରାଯାଇଛି। ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କରିଥିଲେ। ବୁଗୁଡା ବ୍ଲକ ବିଡ଼ିଓ ତନ୍ମୟ ପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ର ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷା ମାମି ସେନାପତି, ଜିଲ୍ଲା ପରିଷଦ ସଦସ୍ୟ ରେବତୀ ମୋହନ ନାୟକ, ବିଜେଡି ବ୍ଲକ ସଭାପତି ମଦନ ଗୋପାଳ ଦୋରା, ସିଡିପିଓ ରଞ୍ଜିତା ତ୍ରିପାଠୀ, ସ୍ଥାନୀୟ ସରପଞ୍ଚ ଓ ସମିତି ସଭ୍ୟା ଉପସ୍ଥିତ ଥିଲେ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ର ସ୍ୱାସ୍ଥ୍ୟ କାର୍ଡ ପାଇବା ପରେ ହିତାଧିକାରୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି।


