ଜିଲ୍ଲାସ୍ତରୀୟ ଜାତୀୟ ଗଣିତ ଦିବସ ପାଳିତ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ମହେନ୍ଦ୍ରଗରି ପୌର ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ଜାତୀୟ ଗଣିତ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୋଷ କୁମାର ନାୟକଙ୍କ ନିର୍ଦ୍ଦେଶ କ୍ରମେ ଓଟିଇ ଆଣ୍ଡ ଏସିଇଆରଟି ଆନୁକୁଲ୍ୟରେ ହୋଇଥିଲା । ଏଥିରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମନୋଜରଂଜନ ଦଳାଇ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିବା ବେଳେ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ସାତ୍ମିକ କୁମାର ପଟ୍ଟନାୟକ ସ୍ୱାଗତ ଭାଷଣ ପ୍ରଦାନ କରି ରାମାନୁଜଙ୍କ ଜନ୍ମ ଦିବସକୁ ଜାତୀୟ ଗଣିତ ଦିବସ ରୂପେ ପାଳନ କରିବାର ଉଦ୍ଦେଶ୍ୟ ଜ୍ଞାପନ କରି ଗଣିତ ଶିକ୍ଷା ପ୍ରତି ଆକୃଷ୍ଟ କରାଇବା ଏହି ଦିବସ ପାଳନର ଲକ୍ଷ୍ୟ ବୋଲି କହିଥିଲେ । ମୁଖ୍ୟବକ୍ତା ଭାବେ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟର ଗଣିତ ଅଧ୍ୟାପକ ଡ. ଅଶ୍ୱିନୀ କୁମାର ରାଉତ ଏବଂ ଡ. ସୂବେଦୀ ଟୁଙ୍ଗ ଯୋଗଦେଇ ଶ୍ରୀନିବାସ ରାମାନଜଙ୍କ ଗଣିତ ଶାସ୍ତ୍ର ପ୍ରତି ଯେଉଁ ଅବଦାନ ରହିଛି ସେ ସମ୍ପର୍କରେ ବୁଝାଇଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ଗଣିତ ପ୍ରେମୀ ତଥା ଶିକ୍ଷକ/ଶିକ୍ଷୟତ୍ରୀ ଯୋଗଦେଇଥିଲେ । ମହେନ୍ଦ୍ରଗିରି ପୌର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ମଞ୍ଚ ପରିଚାଳନା କରିଥିବା ବେଲେ କାର୍ଯ୍ୟକ୍ରମ ଶେଷରେ କବିତା ରାଉତ ଧନ୍ୟବାଦ ଅର୍ପଣ କରିଥିଲେ ।