ବିଭିନ୍ନ ପ୍ରକଳ୍ପର ଉଦଘାଟନ କଲେ ବିଧାୟକ

ଛତ୍ରପୁର, (ଦେବଦତ୍ତ ମହାରଣା) : ଛତ୍ରପୁର ବ୍ଲକ ଅନ୍ତର୍ଗତ ବଉଳଗାଁ ଗ୍ରାମରେ ବିଭିନ୍ନ ପ୍ରକଳ୍ପକୁ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଉଦଘାଟନ କରିଛନ୍ତି । ବଉଳଗାଁ ସରପଂଚ ସରୋଜିନୀ ମହାରଣାଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ଉଦଘାଟନୀ ଉତ୍ସବରେ ବଉଳଗାଁ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ଥିବା ମିଶନ ଶକ୍ତି ଗୃହକୁ ବିଧାୟକ ଶ୍ରୀ ବେହେରା ରିବନ କାଟି ଶୁଭ ଉଦଘାଟନ କରିଥିଲେ । ପରେ ପଂଚାୟତ କାର୍ଯ୍ୟାଳୟର ମୁଖ୍ୟ ଫାଟକ, ଇନ୍ଦିରାବାସ କଲୋନୀର କୋଠଘର ଓ ତିନୋଟି ଅଙ୍ଗନବାଡି କେନ୍ଦ୍ରକୁ ମଧ୍ୟ ବିଧାୟକ ଶ୍ରୀ ବେହେରା ଉଦଘାଟନ କରିଛନ୍ତି । ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ବିଧାୟକଙ୍କ ସମେତ ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ୍‌. ଧନଞ୍ଜୟ ରେଡ୍ଡି, ପୂର୍ବତନ ସରପଂଚ ଦୁର୍ଯ୍ୟୋଧନ ପରିଡା, ଯୁବନେତା ମାଣିକ ମହାରଣା, ପୂର୍ବତନ ସମିତି ସଭ୍ୟ ସୁଶାନ୍ତ କୁମାର ସାହୁଙ୍କ ସମେତ ବହୁ ଗ୍ରାମବାସୀ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ