ଧର୍ମପ୍ରାଣା ମହିଳାଙ୍କ ପରଲୋକ
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) :କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମର ସମାଜସେବୀ ସୁନାକର ରାଉତଙ୍କ ଧର୍ମପତ୍ନୀ ଶୈଳବାଳା ରାଉତଙ୍କର ୭୬ବର୍ଷ ବୟସରେ ପରଲୋକ ହୋଇଯାଇଛି । ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ସ୍ୱାମୀ ସୁନାକର, ୩ପୁଅ, ବୋହୁ, ଝିଅ, ଜ୍ୱାଇଁ ଓ ନାତିନାତୁଣୀମାନେ ଉପସ୍ଥିତ ଥିଲେ । ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସେ ଜଣେ ଧର୍ମପ୍ରାଣା, ମିଷ୍ଟଭାଷୀ ଓ ପରୋପକାରୀ ମହିଳା ଭାବରେ ପରିଚିତ ଥିଲେ । ବିୟୋଗ ଖବର ପାଇ ଭରତପୁର ସରପଞ୍ଚ ଜୀନତପ୍ରିୟଦର୍ଶିନୀ ରାଉତ, ଜିଲ୍ଲା ପ୍ରତିଭା ପୂଜା ସଂସଦ ସଭାପତି ପ୍ରଦିପ କୁମାର ମହାନ୍ତି, ମନୋଜ ମହାନ୍ତି, ଅଲେଖ ପ୍ରସାଦ ଦାସ, ଇଂ ହରେକୃଷ୍ଣ ମେକାପ, ରାଜକିଶୋର ମହାନ୍ତି, ଶାରଦା ପ୍ରସନ୍ନ ରାଉତ, ଗୋପାଳ ଚରଣ ଦାସ ପ୍ରମୁଖ ତାଙ୍କ ବାସଭବନରେ ପହଞ୍ଚି ଶେଷଦର୍ଶନ କରିବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ସ୍ୱର୍ଗତା ରାଉତଙ୍କ ବିୟୋଗରେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା, ପୂର୍ବତନ ବିଧାୟକ ଚିନ୍ମୟ ପ୍ରସାଦ ବେହୁରା, ଜିଲ୍ଲା କଂଗ୍ରେସ କାର୍ଯ୍ୟକାରୀ ସଭାପତି ପ୍ରଫୁଲ୍ଲ କୁମାର ଦାସ ପ୍ରମୁଖ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଗ୍ରାମ୍ୟ ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଥିବା ବେଳେ ଜ୍ୟେଷ୍ଟପୁତ୍ର ସଞ୍ଜୟ ମୁଖାଗ୍ନି ଦେଇଥିଲେ ।


