ବାଇକ୍ ମୁହାଁ ମୁହିଁ ଧକ୍କା ଜଣେ ଗୁରୁତର ଆହତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଦଣ୍ଡପଦର ଠାରେ ରବିବାର ସନ୍ଧ୍ୟାରେ ଦୁଇ  ବାଇକ୍ ମୁହାଁ ମୁହିଁ ଧକ୍କା ହେବା ଫଳରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ ହୋଇଥିବା ବ୍ୟକ୍ତିଙ୍କ ଘର ତୁମୁଡ଼ିବନ୍ଧ ବ୍ଲକ ସିର୍ଲା ପଞ୍ଚାୟତର ବେଡ଼କା ମଲିକ (୩୮) ବୋଲି ଜଣାପଡିଛି । ଖବର ପାଇ ଘଟଣା ସ୍ଥଳରେ ବାଲିଗୁଡ଼ା ପୋଲିସ ଓ ଅଗ୍ନିଶମ ବାହୀନି ପହଞ୍ଚି ଆହତ ହୋଇଥିବା ବ୍ୟକ୍ତିଙ୍କୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ପ୍ରାଥମିକ ଚିକିତ୍ସା କରିବା ପରେ ଗୁରୁତର ହେବାରୁ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତରିତ କରିଥିବା ଜଣା ପଡ଼ିଛି।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ