ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଶ୍ରଦ୍ଧାଞ୍ଜଳି

ବାଲେଶ୍ୱର, (ସରୋଜ ପଣ୍ଡା) :-ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ-୨୦୨୨ ପାଳନ ନିମନ୍ତେ ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ସଦଭାବନା ସଭାଗୃହରେ ସୋମବାର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବିର୍ତ୍ତୀ ଏଥିିରେ ଅଧ୍ୟକ୍ଷତା କରିବା ସହିତ କୋଭିଡ କଟକଣାକୁ ଗୁରୁତ୍ୱ ଦେଇ ସରକାରଙ୍କ ସ୍ୱରାଷ୍ଟ୍ର ବିଭାଗ ପକ୍ଷରୁ ଜାରି ମାର୍ଗଦର୍ଶିକା ଅନୁଯାୟୀ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ନିଷ୍ପତ୍ତି ନିଆଯାଇଥିବା ସୂଚନା ଦେଇଥିଲେ । ଗତବର୍ଷର ବିବରଣୀ ଉପସ୍ଥାପନ କ୍ରମେ ବୈଠକରେ ଆଲୋଚନା କରାଯାଇ ଏହି ଜାତୀୟ ଦିବସ ପାଳନ ସମ୍ପର୍କିତ ନିଷ୍ପତ୍ତିମାନ ନିଆଯାଇଥିଲା । ସାଧାରଣତନ୍ତ୍ର ଦିବସ ଦିନ ପ୍ରତ୍ୟୁଷରେ ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ତରଫରୁ ଡାକବାଜି ଯନ୍ତ୍ର ଦ୍ୱାରା ବାଲେଶ୍ୱର ପୌରାଞ୍ଚଳରେ ରାମଧୂନ ପରିବେଷଣ କରାଯିବ । ସରକାରୀ ଓ ବେସରକାରୀ ଅନୁଷ୍ଠାନମାନଙ୍କରେ କୋଭିଡ ନିୟମାବଳୀର ଅନୁପାଳନ ପୂର୍ବକ ସକାଳ ଘ୭.୩୦ ମିନିଟ ସୁଦ୍ଧା ଜାତୀୟ ପତାକା ଉତୋଳନ କରାଯିବ । ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ସ୍ଥାନୀୟ ପୋଲିସ ପଡିଆଠାରେ ଅନୁଷ୍ଠିତ ହେବାକୁ ଥିବା ବେଳେ ଦିବସର ମୁଖ୍ୟ ଅତିଥି ଜାତୀୟ ପତାକା ଉତ୍ତୋଳନ କରିବେ । ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ସମାରୋହରେ କେବଳ ପୋଲିସ ବାହିନୀ ଅଂଶଗ୍ରହଣ କରିବେ । ସ୍କୁଲ, କଲେଜ ଛାତ୍ରଛାତ୍ରୀ, ଏନସିସି କ୍ୟାଡେଟ ଏଥିରେ ଅଂଶଗ୍ରହଣ କରିବେ ନାହିଁ । ସ୍ୱରାଷ୍ଟ୍ର ବିଭାଗର ମାର୍ଗଦର୍ଶିକା ଅନୁଯାୟୀ କୋଭିଡ ଯୋଦ୍ଧାଙ୍କ ସମେତ ସୀମିତ ସଂଖ୍ୟକ ଅତିଥିଙ୍କୁ ଏହି ସମାରୋହକୁ ନିମନ୍ତ୍ରଣ କରାଯିବ । ଜନସାଧାରଣଙ୍କୁ ଏହି ପାଳନ ଉତ୍ସବରେ ସାମିଲ କରାଯିବ ନାହିଁ । କୋଭିଡ କଟକଣା ଅନୁଯାୟୀ ପଡିଆ ମଧ୍ୟରେ ସାମାଜିକ ଦୂରତ୍ୱ ବଜାୟ ରଖିବା ସହ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଅନଲାଇନ ପ୍ରବନ୍ଧ, କୁଇଜ ପ୍ରତିଯୋଗିତା ଆୟୋଜନ କରିବା ନିମନ୍ତେ ସ୍ଥିରୀକୃତ ହୋଇଛି । ଏହି କାର୍ଯ୍ୟକ୍ରମ ନିମନ୍ତେ ବ୍ୟାରିକେଡିଂ, ମଂଚ ସଜ୍ଜା, ପରିମଳ, ଆଶୁ ଚିକିତ୍ସା, ଆଇନଶୃଙ୍ଖଳା, ପାନୀୟ ଜଳ, ଅତିଥି ବସିବା ସ୍ଥାନ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ସୁନିଶ୍ଚିତ କରିବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ପ୍ରଦାନ କରିଥିଲେ । ସେହିପରି ବ୍ଲକ ଓ ପଂଚାୟତସ୍ତରରେ ସ୍ୱରାଷ୍ଟ୍ର ବିଭାଗର ମାର୍ଗଦର୍ଶିକାର ଅନୁପାଳନ କରି ସାଧାରଣତନ୍ତ୍ର ଦିବସ ପାଳନ କରାଯିବ । ଆଜିର ବୈଠକରେ ଅତିରିକ୍ତ ଜିଲ୍ଲାପାଳ ନୀଲୁ ମହାପାତ୍ର, ଡି.ଏସ.ପି. ମାନସ କୁମାର ଦେଓଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦୀପକ ସାହୁ ବିବରଣୀ ପାଠ କରିବା ଦହ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ