ଗଞ୍ଜାମ ଦମ୍ପତ୍ତିଙ୍କ ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ

ପାରଳାଖେମୁଣ୍ଡି, (ତାରିଣୀ ପଣ୍ଡା) : ଗଜପତି ଜିଲ୍ଲାରେ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୨୭ ତମ ଶିଶୁକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସଂଗ୍ରାମ ଶେଖର ପଣ୍ଡା ପୋଷ୍ୟ ସନ୍ତାନ ଭାବେ ଗଞ୍ଜାମ ଜିଲ୍ଲାର ଗୋଟିଏ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି । ଗତ ଲକ୍ଡାଉନ୍ ଏବଂ ସଟ୍ଡାଉନ୍ ସମୟରେ ଜିଲ୍ଲାର ବିଭିନ୍ନ ଜାଗାରୁ ପରିତ୍ୟକ୍ତ ଏବଂ ସମର୍ପିତ ଶିଶୁଙ୍କୁ ଉଦ୍ଧାର କରି ସେମାନଙ୍କର ଯତ୍ନ ଓ ସୁରକ୍ଷା ପାଇଁ ଜିଲ୍ଲାରେ ଥିବା ଏକମାତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ନିଶାନ ଷଲୋମ , ପାରଳାଖେମୁଣ୍ଡି ରେ ରଖାଯିବା ସହ ସେମାନଙ୍କର ଆଡପ୍ସନ୍ ପାଇଁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପ୍ଲୋଡ କରାଯାଇଥିଲା । ପରବର୍ତ୍ତି ମୁହୁର୍ତ୍ତରେ ଶିଶୁଟିକୁ ଶିଶୁ ମଙ୍ଗଳ ସମିତି, ଗଜପତି ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ । ଯାହାଦ୍ୱାରା ଶିଶୁଟି ପୋଷ୍ୟ ଭାବେ ଯେକୌଣସି ଦମ୍ପତ୍ତିଙ୍କ ପାଖକୁ ଯାଇପାରିବ, ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆଯାଇଥିଲା । ପରବର୍ତ୍ତି ମୁହୁର୍ତ୍ତରେ ତିନି ବର୍ଷ ଧରି ସନ୍ତାନ ପାଇଁ ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଗଞ୍ଜାମ ଜିଲ୍ଲାର ଦମ୍ପତ୍ତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ । ଉପରୋକ୍ତ ଦମ୍ପତ୍ତି ଶାରୀରିକ ଭାବେ ଶିଶୁକୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ । ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ଵତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, ଗଜପତି ପ୍ରସ୍ତୁତ କରିଥିଲେ । ପରବର୍ତ୍ତି ମୂହୁର୍ତ୍ତରେ ସମସ୍ତ ଦସ୍ତାବିଜ କୁ ଅତିରିକ୍ତ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁଟିକୁ ଗଞ୍ଜାମର ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଦିଆଯାଇଥିଲା। ଏହି ଶିଶୁଟି କନ୍ୟାରତ୍ନ ହୋଇଥିଲା ବେଳେ ଶିଶୁଟିକୁ ପାଇ ଦମ୍ପତ୍ତି ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା। ହସ୍ତାନ୍ତର ସମୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରୀପାଠୀ, ଶିଶୁ ମଙ୍ଗଳ ସମିତିର ସଦସ୍ୟା ଶ୍ରୀମତୀ ଅଳକା ସାହୁ, ଗୁରାଣ୍ଡି ସ୍ବାସ୍ଥ୍ୟକେନ୍ଦ୍ରର ସ୍ଵାସ୍ଥ୍ୟସେବା ଯୋଗାଉଥିବା ଡ଼ାକ୍ତର ଶ୍ରୀଯୁକ୍ତ ମିଲନ କୁମାର ଅଧିକାରୀ, ନିସାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଓ ସ୍ବତର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ଥ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ