ଚତୁର୍ଥ ଦିନରେ : ୨୦୬ ଜଣ ପାର୍ଥୀ ନାମାଙ୍କନ ପତ୍ର ଦାଖଲ କଲେ
ଛତ୍ରପୁର, (ଦେବଦତ୍ତ ମହାରଣା) :-ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ନିମନ୍ତେ ସୋମବାର ଠାରୁ ବିଭିନ୍ନ ପଦ ପଦବୀ ନିମନ୍ତେ ପ୍ରାର୍ଥୀ ମାନଙ୍କ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି ପରିପ୍ରେକ୍ଷୀରେ ଆଜି ଚତୁର୍ଥ ଦିନରେ ଛତ୍ରପୁର ବ୍ଲକର ୧୮ଟି ଗ୍ରାମ ପଂଚାୟତର ବିଭିନ୍ନ ପଦ ପଦବୀ ନିମନ୍ତେ ୨୦୬ ଜଣ ପାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ୩୦ ଜଣ ସରପଞ୍ଚ ପ୍ରାର୍ଥୀ ଓ ୧୪୮ ଜଣ ୱାର୍ଡ ମେମ୍ବର ପାର୍ଥୀ ନିଜ ନିଜ ପଂଚାୟତର ରିଟର୍ଣ୍ଣି ଅଫିସରଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେହିପରି ସମିତିସଭ୍ୟ ପଦବୀ ନିମନ୍ତେ ୨୮ ଜଣ ପାର୍ଥୀ ପତ୍ର ବିଡିଓ ସାରଦା ପ୍ରସନ୍ନ ପଣ୍ଡାଙ୍କ ନିକଟରେ ଦାଖଲ କରିଛନ୍ତି ।