ବିଦ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳନ ସହ ଲୋଗୋ ଉନ୍ମୋଚିତ
ବୁଗୁଡ଼ା, (ଅନିଲ କୁମାର ମହାରଣା) :-ବୁଗୁଡା ବ୍ଲକ ଅନ୍ତର୍ଗତ ମାଣିତରା ବନ୍ଧସାହି ପ୍ରଥାମିକ ବିଦ୍ୟାଳୟରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳନ ସହ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି । ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରୁନି ସାହୁ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଏସଏମସି ସଭାପତି ଦେବେନ୍ଦ୍ର କୁମାର ଜେନା ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ ତଥା ସାମ୍ବାଦିକ ଅନିଲ କୁମାର ମହାରଣା, ଓ ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ହରେକୃଷ୍ଣ ପ୍ରଧାନ ଯୋଗଦେଇଥିଲେ । ସହକାରୀ ଶିକ୍ଷୟିତ୍ରୀ ସୁଚିଶ୍ମିତା ପ୍ରଧାନ ଧନ୍ୟବାଦ ପ୍ରଦାନ କରିଥିଲେ । ଏହି ଅବସରରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚିତ ହୋଇଥିଲା। ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସାହୁ ଓ ସହକାରୀ ଶିକ୍ଷୟିତ୍ରୀ ସୁଶ୍ରୀ ପ୍ରଧାନ ସମଗ୍ର ଶିକ୍ଷା ର ଲକ୍ଷ ଓ ଆଭିମୁଖ୍ୟ ବିଷୟରେ ଆଲୋକପାତ କରିଥିଲେ ।


