ସାନିଟେସନ୍ ସୁପରଭାଇଜର ପାୟଲ ମହାପାତ୍ର ଜିଲ୍ଳା ସ୍ତରରେ ସମ୍ମାନୀତ

ଗାଙ୍ଗପୁର, (ସନ୍ତୋଷ ବିଶୋଇ) :- 73 ତମ ସାଧାରଣତନ୍ତ୍ର ଦିବସ ଅବସରରେ ଗଞ୍ଜାମ ଜିଲ୍ଳା ଛତ୍ରପୁର ଠାରେ ଆୟୋଜିତ ଜିଲ୍ଳା ସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ ର ସାନିଟେସନ୍ ସୁପରଭାଇଜର ପାୟଲ ମହାପାତ୍ର କରୋନା ଯୋଦ୍ଧା ସମ୍ମାନରେ ସମ୍ମାନୀତ ହୋଇଛନ୍ତି I ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଜିଲ୍ଳା ସ୍ତରୀୟ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ସରକାରଙ୍କ ମହିଳା, ଶିଶୁ ବିକାଶ ଏବଂ ମିଶନ୍ ଶକ୍ତି ବିଭାଗୀୟ ମନ୍ତ୍ରୀ ଟୁକୁନି ସାହୁ ଏବଂ ସମ୍ମାନୀତ ଅତିଥି ଭାବେ ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ ବ୍ରିଜେଶ ରାୟ ପ୍ରମୁଖ ଯୋଗଦେଇ ପାୟଲଙ୍କୁ ମାନପତ୍ର ପ୍ରଦାନ କରି ସମ୍ମାନୀତ କରିଥିଲେ I ପାୟଲଙ୍କ ଉତ୍ସର୍ଗୀକୃତ ଏବଂ ନିଷ୍ଠାପର ସେବା ପାଇଁ ତାଙ୍କୁ ସମ୍ମାନ ମିଳିଥିବା ଜଣାପଡ଼ିଛି I ଜିଲ୍ଳା ସ୍ତରରେ ସମ୍ମାନୀତ ହେବା ପରେ ପାୟଲଙ୍କ ନିକଟକୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ