ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚିତ
ବୁଗୁଡ଼ା, (ଅନିଲ କୁମାର ମହାରଣା) :-ବୁଗୁଡା ବ୍ଲକ ଅନ୍ତର୍ଗତ ଚକରାପଲ୍ଲୀ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟେକ ଏଲିମେଣ୍ଟାରୀ ସ୍କୁଲରେ ସମଗ୍ର ଶିକ୍ଷାର ଲୋଗୋ ଅଙ୍କନ କରି ଉନ୍ମୋଚନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ସେହି ନିର୍ଦ୍ଦେଶ କ୍ରମେ ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷକ ରବୀନ୍ଦ୍ର ନାଥ ଷଡଙ୍ଗୀ, ସହକାରୀ ଶିକ୍ଷକ ସନ୍ତୋଷ କୁମାର ସେଠୀ, ସହକାରୀ ଶିକ୍ଷୟିତ୍ରୀ ସିଲା ନାୟକ ଓ ଅଙ୍ଗନୱାଡି କର୍ମୀ ଗୀତାଞ୍ଜଳୀ ପାଣିଗ୍ରାହୀ ଯୋଗ ଦେଇଥିଲେ । ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକ/ ଶିକ୍ଷୟିତ୍ରୀ ଅଭିଭାବକ ତଥା ଗ୍ରାମବାସୀ ବୃନ୍ଦଙ୍କୁ ସର୍ବଶିକ୍ଷା ଅଭିଯାନର ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଅବଗତ କରାଇଥିଲେ ।


