ଜିଲ୍ଲା ପ୍ରଶାସନ ପକ୍ଷରୁ ଶହିଦ ଦିବସ ପାଳିତ

ବାଲେଶ୍ୱର, (ସରୋଜ ପଣ୍ଡା) :-ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ବଳିଦାନ ଦିବସର ସ୍ମୃତି ତଥା ଭାରତ ବର୍ଷର ସ୍ୱାଧୀନତା ଆନ୍ଦୋଳନରେ ଜୀବନ ଉତ୍ସର୍ଗୀକୃତ ସଂଗ୍ରାମୀଙ୍କ ଅମର ଆତ୍ମାଙ୍କ ପ୍ରତି ସମ୍ମାନ ପ୍ରଦର୍ଶନ ପୂର୍ବକ ଜିଲ୍ଲା ପ୍ରଶାସନ ପକ୍ଷରୁ ରବିବାର ସହିଦ ଦିବସ ପାଳିତ ହୋଇଯାଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଦୁଇ ମିନିଟ ନିରବ ପ୍ରାର୍ଥନା ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ନୀଲୁ ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଭବେଶ କୁମାର ନାୟକ, ଆଇଏଏସ ପ୍ରୋବେସନର କୁନାଲ ଚୌହାନ, ଜିଲ୍ଲା ଶିକ୍ଷାଧିକାରୀ ବିଷ୍ଣୁ ଚରଣ ସୂତାର, ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦୀପକ ସାହୁଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ, କର୍ମଚାରୀ, ଏନଡିଆରଏଫ୍ ଯବାନ ଓ ଗଣମାଧ୍ୟମ ପ୍ରତିନିଧିମାନେ ନିରବ ପ୍ରାର୍ଥନାରେ ସାମିଲ ହୋଇ ଅମର ଆତ୍ମାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ସାଇରନ ସୂଚନାନୁସାରେ ନିରବ ପ୍ରାର୍ଥନା ଆରମ୍ଭ ଓ ସମାପ୍ତି ଘୋଷଣା କରାଯାଇଥିଲା । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ତତ୍ତ୍ୱାବଧାନରେ ଏହି ସହିଦ ଦିବସ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ