ସର୍ପାଘାତରେ ମୃତ୍ୟୁ

ହାଟଡିହି, (ବିକାଶ ବିଶ୍ୱାଳ ) :-ହାଟଡିହି ବ୍ଲକ ଅଣା ଗ୍ରାମରେ ଜଣେ ବ୍ୟକ୍ତିଙ୍କ ସର୍ପାଘାତରେ ମୃତ୍ୟୁ ଘଟିଛି । ଖବରରୁ ଜଣାଯାଇଛି ଯେ ଗ୍ରାମର ଭୀମସୌନ ଜେନା(୬୨) ନାମକ ଜଣେ ବ୍ୟକ୍ତି ନିଜ ବିଲରୁ ନଡାକୁଟା ସଂଗ୍ରହ କରୁଥିବାବେଳେ ଏକ ବିଷାକ୍ତ ସାପ କାମୁଡି ଦେଇଥିଲା । ତାଙ୍କୁ ଗୁରୁତର ଅବସ୍ଥାରେ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାିଥିବାବେଳେ ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା । ନନ୍ଦିପଦା ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁକରି ଶବକୁ ପୋଷ୍ଟମଟମ କରି ତଦନ୍ତ ଚଳାଇଛନ୍ତି । ସେ ଜଣେ ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ତୁରନ୍ତ ସରକାରୀ ସହାୟତା ଯୋଗେଇ ଦେବାକୁ ଗ୍ରାମବାସୀମାନେ ଦାବି କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ