ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଲୋଗୋ ଉନ୍ମୋଚିତ

ବୁଗୁଡ଼ା, (ଅନିଲ କୁମାର ମହାରଣା) :-ବୁଗୁଡା ବ୍ଲକ ଅନ୍ତର୍ଗତ ରାମଣ୍ଡା ଗ୍ରାମର ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇ ଛି। ପ୍ରତ୍ୟେକ ଏଲିମେଣ୍ଟାରୀ ସ୍କୁଲରେ ସମଗ୍ର ଶିକ୍ଷାର ଲୋଗୋ ଅଙ୍କନ କରି ଉନ୍ମୋଚନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ସେହି ନିର୍ଦ୍ଦେଶ କ୍ରମେ ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷକ କାଳୀ ଚରଣ ଆଚାର୍ଯ୍ୟ, ଏସଏମସି ସଭାପତି ପାଣ୍ଡବ ଦଳାଇ, ସହକାରୀ ଶିକ୍ଷୟିତ୍ରୀ ସବିତା ଦାଶ ଓ ରଶ୍ମିତା କୁମାରୀ ପାଢ଼ୀ ଏବଂ ସହକାରୀ ଶିକ୍ଷକ ପ୍ରକାଶ ଚନ୍ଦ୍ର ଦାଶ ଓ ପ୍ରଶାନ୍ତ କୁମାର ପ୍ରଧାନ ଯୋଗ ଦେଇଥିଲେ । ପ୍ରଧାନ ଶିକ୍ଷକ, ସହକାରୀ ଶିକ୍ଷକ ଓ ଶିକ୍ଷୟିତ୍ରୀ ବୃନ୍ଦ ଅଭିଭାବକ ତଥା ଗ୍ରାମବାସୀ ବୃନ୍ଦଙ୍କୁ ସର୍ବଶିକ୍ଷା ଅଭିଯାନର ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଅବଗତ କରାଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ