ପାନୀୟ ଜଳ ପ୍ରକଳ୍ପ ସ୍ଥାପନ

ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ) :-ମହାବୀର ମନ୍ଦିରର ବାର୍ଷିକ ଉତ୍ସବ କୋର୍ଟ ପରିସର ସବ୍ ରେଜିଷ୍ଟାର କାର୍ଯ୍ୟାଳୟ ନିକଟରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସତ୍ୟସାଇ ସେବା ସଂଗଠନ ଓଡ଼ିଶା ଏବଂ ଭୁବନେଶ୍ୱର ଓକିଲ ସଂଘ ମିଳିତ ଉଦ୍ୟମରେ କୋର୍ଟ ପରିସର ସବ୍ ରେଜିଷ୍ଟାର କାର୍ଯ୍ୟାଳୟ ନିକଟ ଗେଟ୍ ନଂ-୮ଠାରେ ଏକ ବିଶୁଦ୍ଧ ପାନୀୟ ଜଳ ପ୍ରକଳ୍ପ ସ୍ଥାପିତ ହୋଇଯାଇଛି । ଏଥିରେ ସତ୍ୟସାଇ ସେବା ସଂଗଠନର ରାଜ୍ୟ ସଭାପତି ନାରାୟଣ ପ୍ରସାଦ ସର, ସୁଶାନ୍ତ କୁମାର ପଟ୍ଟନାୟକ, ସି. ଜଗଦୀଶ, ଉମେଶ କୁମାର ବିଶ୍ୱାଳ, ସି. ମୁନିକୁମାରୀ, ଡ଼େଜି ଶତପଥୀ, ସବିତା କୁମାରୀ ଏବଂ ବହୁ ସଦସ୍ୟ ଯୋଗଦାନ କରିଥିଲେ । ଉକ୍ତ ଉତ୍ସବରେ ଭୁବନେଶ୍ୱର ବାର୍ ଆସୋସିଏସନର ଭାପତି ନିର୍ମଳ କିଶୋର ରଥ, ସମ୍ପାଦକ ରାଜକିଶୋର ଦାସ, ଉପସଭାପତି ଦେବୀଦତ୍ତ ବାରିକ, ଯୁଗ୍ମ ସମ୍ପାଦକ ଅଶୋକ କୁମାର ବଡ଼ପଣ୍ଡା, କୋଷାଧ୍ୟକ୍ଷ ଲିଙ୍ଗରାଜ ମହାରଣା, ସହ ସମ୍ପାଦକ ଶିବ ନାରରାୟଣ ସାହୁ, ସଂଘ କାର୍ଯ୍ୟକାରୀ କମିଟି ସଭ୍ୟ ସୁରେଶ କୁମାର ଦାସ, ଅଭିଜିତ ମିଶ୍ର, ସବ୍ୟାସାଚି ସୂତାର, ଅସିତ ମହାପାତ୍ର, ଅମୂଲ୍ୟ ପ୍ରସାଦ ନାୟକ, ଅମରେଶ ସ୍ୱାଇଁ, ଲିନା ପଟ୍ଟନାୟକ, ପ୍ରମିଳା ଜାଲି ନାରାୟଣ ଜେନାଙ୍କ ସମେତ ବହୁ ବରିଷ୍ଠ ଓ ଯୁବ ଆଇନଜୀବୀ ସାମିଲ୍ ହୋଇଥିଲେ ବୋଲି ବାର୍ ଆସୋସିଏସନର ସମ୍ପାଦକ ଶ୍ରୀ ଦାସ ସୂଚନା ଦେଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ