ମୌଳିକ ଧନ୍ଦାମୂଳକ ଶିକ୍ଷା କାର୍ଯ୍ୟକ୍ରମ

ଗାଙ୍ଗପୁର, (ସନ୍ତୋଷ ବିଶୋଇ) :-ଯୁବକ ଗୋଷ୍ଠୀଙ୍କୁ ଆତ୍ମନିର୍ଭରଶୀଳ କରିବା ଉଦ୍ଦେଶ୍ୟରେ ଭାରତ ସରକାରଙ୍କ ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରଣାଳୟ ଆନୂକୂଲ୍ଯରେ ଗଞ୍ଜାମ ଜିଲ୍ଳା ନେହେରୁ ଯୁବ କେନ୍ଦ୍ର ଏବଂ ନେଟଙ୍ଗା ଅଭିମନ୍ୟୁ ନଗର ବିବେକାନନ୍ଦ ଯୁବ ସଂସଦର ମିଳିତ ଆନୁକୂଲ୍ୟରେ ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁର ସ୍ଥିତ ଏମ୍.ସି.ସି. ଏକାଡ଼େମୀରେ ଛାତ୍ରଛାତ୍ରୀଙ୍କୁ ମୌଳିକ ଧନ୍ଦାମୂଳକ ଶିକ୍ଷା ଏବଂ କମ୍ପ୍ୟୁଟର ତାଲିମ୍ ପ୍ରଦାନ କରାଯାଇଛି I ଏହି କାର୍ଯ୍ୟକ୍ରମ ଅବସରରେ ଦୁଇ ମାସ ଧରି 25 ଜଣ ପ୍ରଶିକ୍ଷାର୍ଥୀଙ୍କୁ ତାଲିମ୍ ପ୍ରଦାନ କରାଯାଇଥିଲା I ସମସ୍ତ କାର୍ଯ୍ୟକ୍ରମକୁ ନେହେରୁ ଯୁବ କେନ୍ଦ୍ରର ବେଲଗୁଣ୍ଠା ବ୍ଳକ୍ ସଂଯୋଜିକା ଦିପ୍ତିମୟୀ ବେହେରା ପରିଚାଳନା ଏବଂ ସଂଯୋଜନା କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ