ନୂତନ ଜଗନ୍ନାଥ ମନ୍ଦିର ନିର୍ମାଣ ପାଇଁ ସହଯୋଗର ଶୁଅ ଛୁଟାଇ ଚାଲିଛନ୍ତି ଭକ୍ତ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) :-ଗଜପତି ଜିଲ୍ଲା ମହକୁମା ଠାରେ ଚାଲିଥିବା ନୂତନ ଜଗନ୍ନାଥ ମନ୍ଦିର ନିର୍ମାଣ କାର୍ଯ୍ୟରେ ସହଯୋଗର ହାତବଢାଇ ଚାଲିଛନ୍ତି ଜଗନ୍ନାଥ ପ୍ରେମୀ ବା ଶ୍ରଦ୍ଧାଳୁ । ସୂଚନା ଯୋଗ୍ୟ ଯେ, ଯୁବ ସମାଜସେବୀ ଦୁର୍ଗାମାଧବ ପାଣିଗ୍ରାହୀ ନୂତନ ମନ୍ଦିର ନିର୍ମାଣ ପାଇଁ ଆଗେଇ ଆସି ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ । ଏହାପରେ ଜଣ ଜଣ କରି ଶ୍ରଦ୍ଧାଳୁ ବା ଭକ୍ତ ମାନେ ସହଯୋଗ କରୁଛନ୍ତି । ଏହି ପରିପ୍ରେକ୍ଷୀରେ ନିର୍ମାଣ କାର୍ଯ୍ୟ ଲାଗି ବ୍ୟବହୃତ ବିଭିନ୍ନ କାମରେ ନିୟୋଜିତ ଶ୍ରମିକଙ୍କ ପାରିଶ୍ରମିକ ଆଦି ପାଇଁ ଲୋକେ ଯାହାର ଯେତିକି ସାମର୍ଥ୍ୟ ଅନୁସାରେ ସ୍ୱଇଚ୍ଛାରେ ପ୍ରଦାନ କରୁଛନ୍ତି । ଏପରି ଭକ୍ତ ବା ଶ୍ରଦ୍ଧାଳୁମାନେ ଏହି ମନ୍ଦିର ନିର୍ମାଣ କାର୍ଯ୍ୟ ସକାଶେ ବେଶ ମନବଳାଇ ଆଗଭର ହୋଇ ସହାୟତା ପ୍ରଦାନ କରୁଥିବାର ଲକ୍ଷ୍ୟ କରାଯାଉଛି । ସହରର ଚିତ୍ରକାର ସାହିର ଜଣାଶୁଣା ଧର୍ମପରାୟଣ ବ୍ୟକ୍ତି ବଳରାମ ପାଣିଗ୍ରାହୀ ୫୦ହଜାର ୧ଟଙ୍କା ଯୁବସମାଜସେବୀ ଶ୍ରୀ ପାଣିଗ୍ରାହୀଙ୍କୁ ପ୍ରଦାନ କରିଛନ୍ତି । ଏମାନଙ୍କ ବଦାନ୍ୟତାକୁ ବିଭିନ୍ନ ମହଲରେ ସ୍ୱାଗତ କରାଯାଇଥିବାର ଜଣାପଡିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ