ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଲୋଗୋ ଉନ୍ମୋଚିତ

ବୁଗୁଡ଼ା, (ଅନିଲ କୁମାର ମହାରଣା) :-ବୁଗୁଡା ବ୍ଲକ ଅନ୍ତର୍ଗତ କହ୍ନେଇପୁର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟେକ ଏଲିମେଣ୍ଟାରୀ ସ୍କୁଲରେ ସମଗ୍ର ଶିକ୍ଷାର ଲୋଗୋ ଅଙ୍କନ କରି ଉନ୍ମୋଚନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା । ସେହି ନିର୍ଦ୍ଦେଶ କ୍ରମେ ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଜ୍ଞାନୀ ପଟ୍ଟନାୟକ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଖଲି ପଣ୍ଡା , ଏସଏମସି ସଭାପତି ସିଦ୍ଧାନ୍ତ ପ୍ରଧାନ, ସିଆରସିସି ପ୍ରଫୁଲ କୁମାର ସାହୁ, ଓ ସହକାରୀ ଶିକ୍ଷୟିତ୍ରୀ ସ୍ୱର୍ଣ୍ଣମୟୀ ପ୍ରଧାନ ଯୋଗ ଦେଇଥିଲେ । ଅଭିଭାବକ ତଥା ଗ୍ରାମବାସୀ ବୃନ୍ଦଙ୍କୁ ସର୍ବଶିକ୍ଷା ଅଭିଯାନର ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଅବଗତ କରାଯାଇଥିଲା । ଅନ୍ୟ ଏକ କାର୍ଯ୍ୟକ୍ରମରେ ବିଦ୍ୟାଳୟକୁ ଆସିଥିବା ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ଫୁଲଚନ୍ଦନ ଦେଇ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ