ଦୁଇ ପ୍ରାଥମିକ ବିଦ୍ୟାଳୟରେ ଲୋଗୋ ଉନ୍ମୋଚିତ

ବୁଗୁଡ଼ା, (ଅନିଲ କୁମାର ମହାରଣା) :-ବୁଗୁଡା ବ୍ଲକ ଅନ୍ତର୍ଗତ ସାଇ ବାସୁଦେବପୁର ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଓ ଏକଡ଼ାଳ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟେକ ଏଲିମେଣ୍ଟାରୀ ସ୍କୁଲରେ ସମଗ୍ର ଶିକ୍ଷାର ଲୋଗୋ ଅଙ୍କନ କରି ଉନ୍ମୋଚନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା । ସେହି ନିର୍ଦ୍ଦେଶ କ୍ରମେ ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମରେ ସାଇ ବାସୁଦେବପୁର ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମଞ୍ଜୁଲତା ପାତ୍ର, ଏସଏମସି ସଭାପତି ଶଙ୍କର୍ଷଣ ବିଷୋୟୀ ଓ ସହକାରୀ ଶିକ୍ଷୟିତ୍ରୀ କୁମୁଦିନୀ ଦାସ, ଏବଂ ଏକଡାଳ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ସାଗରୀକା ପାତ୍ର, ଏସଏମସି ସଭାନେତ୍ରୀ ସବିତା କୁମାରୀ ନାୟକ ଓ ସହକାରୀ ଶିକ୍ଷୟିତ୍ରୀ କବିତା କୁମାରୀ ପାଢ଼ୀ ଯୋଗ ଦେଇଥିଲେ । ଅଭିଭାବକ ତଥା ଗ୍ରାମବାସୀ ବୃନ୍ଦଙ୍କୁ ସର୍ବଶିକ୍ଷା ଅଭିଯାନର ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଅବଗତ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ