ବିଜୁ ପଟ୍ଟନାୟକଙ୍କ ଜନ୍ମ ଦିବସ ଉପଲକ୍ଷେ ପୋଡାମାରୀରେ ରକ୍ତଦାନ ଶିବିର ଅନୁଷ୍ଠିତ

ସାନଖେମୁଣ୍ଡି, (ପଦ୍ମଲୋଚନ ପାଣିଗ୍ରାହୀ) :କଳିଙ୍ଗ ବିରପୁତ୍ର ବିଜୁ ପଟ୍ଟନାୟକଙ୍କ ଜନ୍ମ ଦିବସ ଉପଲକ୍ଷେ ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ପୋଡାମାରୀ ସ୍ଥିତ କଲ୍ୟାଣ ମଣ୍ଡପ ପରିସରରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ମୋ ପରିବାର ଓ ଜୀବନବିନ୍ଦୁ ଆନୁକୂଲ୍ୟରେ ଅନୁଷ୍ଠିତ ଶିବିରକୁ ସାନଖେମୁଣ୍ଡି ପୂର୍ବତନ ବିଧାୟିକା ତଥା ଧରାକୋଟ ରାଣୀ ସାହେବା ଶ୍ରୀମତୀ ନନ୍ଦିନୀ ଦେବୀ ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରିବା ସହ ଶିବିର କାର୍ଯ୍ୟକ୍ରମକୁ ଶୁଭ ଉଦଘାଟନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ପୋଡାମାରୀ ନବ ନିର୍ବାଚିତ ସରପଞ୍ଚ ସନ୍ତୋଷ କୁମାର ବିଷୋୟୀ ସଂଯୋଜନା କରିଥିବା ବେଳେ ଜୀବନ ବିନ୍ଦୁ ସଂଯୋଜକ ସୁବାସ ମହାରଣା , ସାନଖେମୁଣ୍ଡି ବ୍ଲକ ବିଜେଡି ସଭାପତି ନୀଳମାଧବ ରାଉତ , ବୃନ୍ଦାବନ ପ୍ରଧାନ , ଚନ୍ଦ୍ରଦ୍ଵଜ୍ ସିଂ ପ୍ରମୁଖ ଉପସ୍ଥିତ ରହିଥିଲେ । ଏହି ପରିପ୍ରେକ୍ଷୀରେ ବ୍ରହ୍ମପୁର ରକ୍ତଭଣ୍ଡାରର କର୍ମଚାରୀଙ୍କ ସହାୟତାରେ ୨୦୦ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା । ତେବେ ଉକ୍ତ ଶିବିରରେ ଉପସ୍ଥିତ ଅତିଥିମାନେ ରକ୍ତଦାନର ମହତ୍ତ୍ଵ ସମ୍ପର୍କରେ ଅବଗତ କରାଇବା ସହ ରକ୍ତଦାତାଙ୍କୁ ଉତ୍ସାହିତ ମଧ୍ୟ କରିଥିବା ଜଣାପଡ଼ିଛି । ଏହି ରକ୍ତଦାନ ଶିବିରରେ ଗ୍ରାମର ବହୁ ସ୍ବେଛାସେବୀ ଉପସ୍ଥିତ ରହି ସହଯୋଗ ପ୍ରଦାନ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ