ଋକ୍ତଦାନ ଶିବିର : ୮୬ ୟୁନିଟ୍ ରକ୍ତ ସଂଗୃହିତ

ହିଞ୍ଜିଳିକାଟୁ, (ଶେଷଦେବ ସାହୁ): ଭାରତ ସ୍କାଉଟ ଏଣ୍ଡ ଗାଇଡ୍ ପକ୍ଷରୁ ଶନିବାର ହିଞ୍ଜିଳିକାଟୁ ପୌରାଞ୍ଚଳ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟତ୍ରୀ ଶାନ୍ତିଲତା ମୁନିଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଶିବିରରେ ମୁଖ୍ୟ ଅତିଥି ଭାବେ ଡିଆରଡିଏ ପିଡି ସିନ୍ଧେ ଦତ୍ତାତ୍ରେୟ ଭାଉ ସାହେବ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଶୁଭ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ତହସିଲଦାର ପ୍ରଭାତ କୁମାର ପରିଡା, ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡଃ. ମନୋରଞ୍ଜନ ସାହୁ ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବିଭୁପ୍ରସାଦ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । ଶିବିରରେ ମୋଟ ୮୬ ୟୁନିଟ ରକ୍ତ ସଂଗୃହିତ ହୋଇଥିଲା । କାର୍ଯ୍ୟକ୍ରମରେ ଶିକ୍ଷକ, ଶିକ୍ଷୟତ୍ରୀ, ଅଭିଭାବକ, ବିଦ୍ୟାଳୟ ପରିଚାଳନା କମିଟି ଓ ବୁଦ୍ଧିଜୀବି ଉପସ୍ଥିତ ଥିଲେ ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ