ଲାଲବାହାଦୂର ନୋଡାଲ ଉଚ୍ଚଶିକ୍ଷା ଶ୍ରମରେ ଶିଶୁ ଦିବସ ପାଳିତ

କେନ୍ଦ୍ରାପଡା – କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ପଂଚାୟତର ମେହେନ୍ଦିପୁରସ୍ଥିତ ଲାଲବାହାଦୂର ନୋଡାଲ ଉଚ୍ଚଶିକ୍ଷା ଶ୍ରମରେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୦ତମ ଜନ୍ମଜୟନ୍ତୀ ଅବସରରେ ପବିତ୍ର ଶିଶୁ ଦିବସ ଓ ଶିଶୁ ସୁରକ୍ଷା ଶପଥ ପାଠ ଉତ୍ସବ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଶିକ୍ଷାଶ୍ରମର ସମସ୍ତ ଛାତ୍ରଛାତ୍ରୀ ଓ ଶିକ୍ଷକ ଓ ଶିକ୍ଷୟତ୍ରୀମାନଙ୍କ ଉପସ୍ଥିତିରେ ଶିଶୁ ସୁରକ୍ଷା ନିମନ୍ତେ ଶପଥ ପାଠ ମଧ୍ୟ ଅନୁଷ୍ଠିତ ହୋଇଥିଲା । ଏହି ଉପଲକ୍ଷେ ଶିକ୍ଷାଶ୍ରମର ପ୍ରଧାନଶିକ୍ଷକ ବାଇଧର ରାଉତଙ୍କ ଅଧ୍ୟକ୍ଷତାରେ ଶିଶୁ ଦିବସ ପାଳନର ତାତ୍ପର୍ଯ୍ୟ ସମ୍ପର୍କରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା । ଏତଦଭିନ୍ନ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବକ୍ତୃତା ଓ ସାଧାରଣ ଜ୍ଞାନ ପ୍ରତିଯୋଗୀତା ମଧ୍ୟ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ଶିକ୍ଷକ ସନ୍ତୋଷ କୁମାର ଦାସ,ପ୍ରକାଶ କୁମାର ବେହେରା,ଜୟଶ୍ରୀ ମମତା ଦାସ ପ୍ରମୁଖ ପରିଚାଳନା କରିଥିଲେ । ଶେଷରେ ପିଲାମାନଙ୍କୁ ମିଷ୍ଟାନ୍ନ ବଂଟନ କରାଯାଇ ମଧ୍ୟାହ୍ନ ଭୋଜନର ଆୟୋଜନ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ