ଗୋଲିଆ ପ୍ରାଥମିକ ବିଦ୍ୟାଳୟରେ ଲୋଗୋ ଉନ୍ମୋଚିତ

ବୁଗୁଡ଼ା, (ଅନିଲ କୁମାର ମହାରଣା) :ବୁଗୁଡା ବ୍ଲକ ଅନ୍ତର୍ଗତ ଗୋଲିଆ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। ପ୍ରତ୍ୟେକ ଏଲିମେଣ୍ଟାରୀ ବିଭାଗ ବିଦ୍ୟାଳୟରେ ସମଗ୍ର ଶିକ୍ଷାର ଲୋଗୋ ଅଙ୍କନ କରି ଉନ୍ମୋଚନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ସେହି ନିର୍ଦ୍ଦେଶ କ୍ରମେ ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମରେ ଗୋଲିଆ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ତୁଳସୀ ପାତ୍ର,ଏସଏମସି ସଭାପତି ସୁଶାନ୍ତ କୁମାର ସାହୁ, ସହକାରୀ ଶିକ୍ଷକ ମିଟୁ ସେଠୀ ଓ ସରୋଜ କୁମାର ପଣ୍ଡା ଏବଂ ସହକାରୀ ଶିକ୍ଷୟିତ୍ରୀ ସୁନିତା କୁମାରୀ ପାତ୍ର ଓ ଅପରାଜିତା ବେହେରା ଯୋଗ ଦେଇଥିଲେ। ଏଥିସହ ଅଭିଭାବକ ତଥା ଗ୍ରାମବାସୀ ବୃନ୍ଦଙ୍କୁ ସର୍ବଶିକ୍ଷା ଅଭିଯାନର ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଅବଗତ କରାଯାଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ