ଗଞ୍ଜାମ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ ଅନୁଷ୍ଠିତ

ଛତ୍ରପୁର, (ଯୁଗାବ୍ଦ ନ୍ୟୁଜ) : ଗଞ୍ଜାମ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦପାଇଁ ଆଜି ରାଜ୍ୟ ନିର୍ବାଚନ କମିଶନରଙ୍କ ଆଦେଶ ମୁତାବକ ଗଞ୍ଜାମ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଋଷିକୂଲ୍ୟା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ନବନିର୍ବାଚିତ ହୋଇଥିବା ଜିଲ୍ଲା ପରିଷଦ ସଭ୍ୟ ସଭ୍ୟାଙ୍କୁ ବିଧିବଦ୍ଧ ଭାବରେ ଶପଥପାଠ କରାଇଥିଲେ । ପରେପରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ନିମନ୍ତେ ନାମାଙ୍କନ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା । ଧରାକୋଟ ବ୍ଲକ୍ ର ୩୧ନମ୍ବର ଜୋନ୍ ସଭ୍ୟା ଶ୍ରୀମତୀ ଅଞ୍ଜଳୀ ସ୍ବାଇଁ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାବେ ନିର୍ବାଚିତ ହୋଇଥିଲେ । ଅତିରିକ୍ତ ଜିଲ୍ଲାପାଳ ପ୍ରିୟରଞ୍ଜନ ପୃଷ୍ଟି ଜିଲ୍ଲା ପରିଷଦ ଅଧ୍ୟକ୍ଷାଙ୍କ ନାମ ସରକାରୀ ଭାବେ ଘୋଷଣା କରିଥିଲେ । ଆଜିର ଶପଥ ଗ୍ରହଣ ଉତ୍ସବ ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ନିମନ୍ତେ ଅନୁଷ୍ଠିତ ନିର୍ବାଚନ ରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଜ୍ୟୋତିଶଙ୍କର ରାୟ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଗୁରୁଭା ସିଂ ପ୍ରମୁଖ ଅନ୍ୟାନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ