ସାମ୍ବାଦିକଙ୍କ ପିତୃ ବିୟୋଗ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) :କେନ୍ଦ୍ରାପଡାପୈାରାଞ୍ଚଳ ଅନ୍ତର୍ଗତ ରଣପଡା ଗ୍ରାମର ସାମ୍ବାଦିକ ସନ୍ତୋଷ କୁମାର ପଣ୍ଡାଙ୍କ ପିତା ଅନିଲ କୁମାର ପଣ୍ଡାଙ୍କର ୮୦ବର୍ଷ ବୟସରେ ବାର୍ଦ୍ଧକ୍ୟ ଜନିତ ରୋଗରେ ପରଲୋକ ହୋଇଯାଇଛି । ସେ ଜଣେ ମିଷ୍ଟଭାଷି, ଧର୍ମପରାୟଣ, ପରୋପକାରୀ ବ୍ୟକ୍ତି ଥିଲେ । ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଗଭୀର ଶୋକ ପ୍ରକାଶ ପାଇଛି । ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ପତ୍ନୀ କନକମଞ୍ଜରୀ ପଣ୍ଡା, ପୁତ୍ର ସନ୍ତୋଷ ଓ ପୁତ୍ରବଧୁ ପ୍ରମୁଖ ଉପସ୍ଥିତ ଥିଲେ । ଏସମ୍ପର୍କରେ ଖବର ପାଇ ବରିଷ୍ଠ ସାମ୍ବାଦିକ ଆଶିଷ ସେନାପତି, ସୁବ୍ରତ କୁମାର ସାମଲ, ସୋମନାଥ ସାହୁ, ପ୍ରଭାତ ପରିଡା, ରାଜେଶ ବେହେରା, ଜୀବନ କୁମାର ସିଂ, ଗଣେଶ ସାମଲ, ମାତୃଦତ୍ତ ମହାନ୍ତି, ପ୍ରଶାନ୍ତ ନାୟକ, ସାବିର ଖାନ, ରାଧାକାନ୍ତ ମହାନ୍ତି, ରାଜ୍ୟ ବିଜେଡି ସମ୍ପାଦକ ରଞ୍ଜିତ ସାହୁ ପ୍ରମୁଖ ବହୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ତାଙ୍କ ରଣପଡାସ୍ଥିତ ବାସଭବନରେ ପହଞ୍ଚି ସ୍ୱର୍ଗତ ପଣ୍ଡାଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ସ୍ୱର୍ଗତ ପଣ୍ଡାଙ୍କ ବିୟୋଗରେ କେନ୍ଦ୍ରାପଡା ବିଧାୟକ ଶଶି ଭୂଷଣ ବେହେରା, ଆଳି ବିଧାୟକ ପ୍ରତାପ କେଶରୀ ଦେବ, ମହାକାଳପଡା ବିଧାୟକ ଅତନୁ ସବ୍ୟସାଚି ନାୟକ, ପାଟକୁରା ବିଧାୟିକା ସାବିତ୍ରୀ ଅଗ୍ରୱାଲ, ରାଜନଗର ବିଧାୟକ ଧ୍ରୁବ ଚରଣ ସାହୁ, ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ପ୍ରମୁଖ ଶୋକବ୍ୟକ୍ତ କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଥିଲେ । ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିବା ବେଳେ ଜ୍ୟେଷ୍ଠପୁତ୍ର ସନ୍ତୋଷ ମୁଖାଗ୍ନି ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ