୨୪ ଘଣ୍ଟାରେ ଦେଶରେ ୧,୫୮୧ କୋଭିଡ୍‌-୧୯ ଆକ୍ରାନ୍ତ : ୩୩ ଜଣ ମୃତ

ନୂଆଦିଲ୍ଲୀ, (ୱାଇଏନ୍ଏସ୍) :ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୨ ହଜାରରୁ ଯଥେଷ୍ଟ କମ୍‌ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୫୮୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୩ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୧୦,୯୭୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୩୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁ ସଂଖ୍ୟା ୫,୧୬, ୫୧୨ ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୭୪୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୭୦,୫୧୫। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୩,୯୧୩। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୧,୫୬,୦୧,୯୪୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ