ସଡ଼କ ଦୁର୍ଘଟଣାରେ ଦୁଇ ବାଇକ ଆରୋହୀ ଗୁରୁତର

ଛତ୍ରପୁର, (ଦେବଦତ୍ତ ମହାରଣା) :ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ନିକଟ ଜାତୀୟ ରାଜପଥରେ ଏକ ସଡ଼କ ଦୁର୍ଘଟଣା ରେ ଦୁଇ ବାଇକ ଚାଳକ ଗୁରୁତର ଆହତ ହୋଇଛନ୍ତି l ଗୁରୁତର ମାନେ ହେଲେ ସନ୍ତୋଷପୁର ଅଂଚଳର ଟି. ଆନନ୍ଦ ରାଓ (45) ଓ ଖଣ୍ଡ ଦେଉଳି ଅଂଚଳର ବଳରାମ ବେହେରା l ମିଳିଥିବା ସୂଚନା ମୁତାବକ ଦୁହେଁ ସନ୍ତୋଷପୁର ରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ନିକଟ ଜାତୀୟ ରାଜପଥରେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ପଡିଯାଇଥିଲେ l ଘଟଣାର ଖବର ପାଇ ଛତ୍ରପୁର ଥାନା ପୋଲିସ ଦୁହିଁଙ୍କୁ ଉଦ୍ଧାର କରି ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ରେ ଭର୍ତି କରିଥିଲେ l ପରେ ଦୁହିଁଙ୍କ ଅବସ୍ଥା ଗୁରୁତର ଥିବାରୁ ଦୁହିଁଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ କୁ ସ୍ଥାନାନ୍ତରିତ କରାଯାଇଛି l
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ