ପ୍ରଚଣ୍ଡ ଖରା ମଧ୍ୟରେ ଅଦିନିଆ ବର୍ଷାର ସମ୍ଭାବନା
ଭୁବନେଶ୍ୱର, (ଓ୍ବାଇଏନ୍ଏସ୍) :ପ୍ରଚଣ୍ଡ ଖରା ମଧ୍ୟରେ ଅଦିନିଆ ବର୍ଷାର ସମ୍ଭାବନା ରହିଛି । ରାଜ୍ୟର କିଛି ଜିଲ୍ଲାରେ ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ମହାରାଷ୍ଟ୍ର ମଧ୍ୟ ଭାଗରୁ ସଂଲଗ୍ନ ଅଞ୍ଚଳ ପର୍ଯ୍ୟନ୍ତ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି । ଫଳରେ ସମୁଦ୍ର ଆଡୁ ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ରାଜ୍ୟକୁ ପ୍ରବେଶ କରୁଛି । ତେଣୁ ଉତ୍ତାପ ଓ ଜଳବାୟୁ ମିଶି କିଛି ସ୍ଥାନରେ ଘଡଘଡି ବର୍ଷା କରାଇବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଫଳରେ ତାତିରୁ ସାମାନ୍ୟ ତ୍ରାହି ମିଳିବ । ରାଜ୍ୟର ବିଭିନ୍ନ ଜିଲ୍ଲାରରେ ଆସନ୍ତା ୪ ରୁ ୫ ଦିନ ମଧ୍ୟରେ ତାପମାତ୍ରା ଅପରିବର୍ତ୍ତିତ ରହିବ । ଏହାପରେ ବିଶେଷ କରି ଆଭ୍ୟନ୍ତରୀଣ ଓଡିଶାରେ ସ୍ୱାଭାବିକ ଠାରୁ ତାପମାତ୍ରା ୨ ରୁ ୩ ଡିଗ୍ରୀ ଅଧିକ ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।


