ବାଲିପିଣ୍ଡି ପ୍ରାଥମିକ ବିଦ୍ୟାଳୟରେ ଲୋଗୋ ଉନ୍ମୋଚିତ

ବୁଗୁଡ଼ା, (ଅନିଲ କୁମାର ମହାରଣା) :ବୁଗୁଡା ଏନଏସି ଅନ୍ତର୍ଗତ ବାଲିପିଣ୍ଡି ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟେକ ଏଲିମେଣ୍ଟାରୀ ବିଭାଗର ବିଦ୍ୟାଳୟ ଗୁଡିକରେ ସମଗ୍ର ଶିକ୍ଷାର ଲୋଗୋ ଅଙ୍କନ କରି ଉନ୍ମୋଚନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା । ସେହି ନିର୍ଦ୍ଦେଶ କ୍ରମେ ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମରେ ଅତିଥିଭାବେ ବୁଗୁଡା ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ଯୋଗଦେଇ ବାଲିପିଣ୍ଡି ପ୍ରାଥମିକ ବିଦ୍ୟାଳୟର ଲୋଗ ଉନ୍ମୋଚନ କରିଥିଲେ। କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷୟିତ୍ରୀ ରଞ୍ଜୁଲତା ଦାଶ, ଏସମସି ସଭାପତି ନବ କିଶୋର ବେହେରା, ସିଆରସିସି ପ୍ରତାପ କୁମାର ଖାଡଙ୍ଗା, ଓ ସହକାରୀ ଶିକ୍ଷୟିତ୍ରୀ ଲକ୍ଷ୍ମୀ ନାହାକ ଯୋଗ ଦେଇଥିଲେ। ଏଥିସହ ଅଭିଭାବକ ତଥା ଗ୍ରାମବାସୀ ବୃନ୍ଦଙ୍କୁ ସର୍ବଶିକ୍ଷା ଅଭିଯାନର ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଅବଗତ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ