ଉନ୍ନୟନ କାର୍ଯ୍ୟ ବିଷୟରେ ଆଲୋଚନା

ଭଣ୍ଡାରିପୋଖରୀ, (ଦୁର୍ଯ୍ୟୋଧନ ଲେଙ୍କା) :ଭଣ୍ଡାରିପୋଖରୀ ବ୍ଲକ କାର୍ଯ୍ୟାଳୟ ଠାରେ ଆଜି ବିଧାୟକଙ୍କ ପ୍ରତିନିଧି ପ୍ରୟାସ କାନ୍ତି ସାମଲ ପହଁଚି ଜନକଲ୍ୟାଣ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଛନ୍ତି । ଏଥିରେ ବିଡ଼ିଓ ଦେବଦତ୍ତ ଦାସ, ବ୍ଲକ ଉପାଧ୍ୟକ୍ଷ ପ୍ରଣୀତକାନ୍ତି ସାମଲ ଉପସ୍ଥିତ ରହି ବିଭିନ୍ନ ପଞ୍ଚାୟତରେ କାର୍ଯ୍ୟକାରୀ ହେଉଥିବା ଜନହିତକର କାର୍ଯ୍ୟ ସମ୍ପର୍କରେ ବିଧାୟକ ପ୍ରତିନିଧିଙ୍କୁ ଅବଗତ କରିଥିଲେ। ବିଶେଷ କରି ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଥିବାରୁ ଗ୍ରାମ୍ୟ ଜଳ ଯୋଗାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଶ୍ରୀସାମଲ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ସହକାରୀ ଯନ୍ତ୍ରୀ ସିଦ୍ଧାର୍ଥ ଶଙ୍କର ଦାସ, ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ମୀନକେତନ ବାରିକ, ହିସାବ ରକ୍ଷକ ଗିରିଜା ଶଙ୍କର ସାହୁ, ସାଂସଦଙ୍କ ପ୍ରତିନିଧି ଲଳିତ କୁମାର ରାଉତ, ଦେବେନ୍ଦ୍ର ଦାସ ପ୍ରମୁଖ ଉପସ୍ଥିତ ଥିଲେ ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ