ଉତ୍କଳ ଗୌରବ ମଧୁସୂଦନ ସାଂସ୍କୃତିକ ପରିଷଦ ପକ୍ଷରୁ ଉତ୍କଳ ଦିବସ

ବାଲେଶ୍ୱର, (ସରୋଜ ପଣ୍ଡା) :ଉତ୍କଳ ଗୌରବ ମଧୁସୂଦନ ସାଂସ୍କୃତିକ ପରିଷଦ ପକ୍ଷରୁ ୮୭ତମ ଉତ୍କଳ ଦିବସ ପାଳିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଲକ୍ଷ୍ମୀନାରାୟଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମକୁ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଚାର୍ଲସକୁଜୁର ସଫଲ ମୁଖ୍ୟଅତିଥି ଭାବେ ଉଦଘାଟନ ସହ ଉତ୍କଳ ଦିବସ ପାଳନର ଯଥାର୍ଥତା ସମ୍ପର୍କରେ ଆଲୋକପାତ କରିଥିଲେ । ଫକୀର ମୋହନ ବିଶ୍ୱବିଦ୍ୟାଳୟ ଓଡ଼ିଆ ବିଭାଗ ମୁଖ୍ୟ ପ୍ରଫେସର ମନୀନ୍ଦ୍ର ମେହେର ଏଥିରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ଭାଷା ଭିତ୍ତିକ ପ୍ରଦେଶ ଗଠର ଇତିହାସ ଓ ତତ୍କାଳୀନ ମହାମନିଷୀଙ୍କ ତ୍ୟାଗ ସମ୍ପର୍କରେ ଆଲୋଚନା କରିଥିଲେ । ଜିଲା ଓକିଲ ସଂଘର ସଭାପତି ମନୋଜ ନାୟକ ଓ ଭାବଗ୍ରାହୀ ମହାନ୍ତି ଏଥିରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବକ୍ତବ୍ୟ ପ୍ରଦାନ କରିଥିଲେ । ଅନୁଷ୍ଠାନର ସଭ୍ୟା ପ୍ରଜ୍ଞାପାରମିତା ବିଶ୍ୱାଳ ଅତିଥିଙ୍କୁ ମଞ୍ଚ ଆମନ୍ତ୍ରଣ କରିଥିବା ବେଳେ ଯୁଗ୍ମ ସମ୍ପାଦିକା କଳ୍ୟାଣୀ ନନ୍ଦ କବିତା ପାଠ କରିଥିଲେ । ସଭାକାର୍ଯ୍ୟ ଆରମ୍ଭରେ ଅନୁଷ୍ଠାନର ସମ୍ପାଦକ ପୁରୁଷୋତ୍ତମ ବିଶ୍ୱାଳ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ସଦସ୍ୟ ତ୍ରିଦୀବ ନାୟକ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଆଇନଜୀବୀ ଦେବାଶିଷ ପାତ୍ର, ପ୍ରତାପ ମହାନ୍ତି, ବିନୋଦ ବିହାରୀ ନାୟକ, ନିରଞ୍ଜନ ପରିଡ଼ାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଏଥିରେ ଯୋଗ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ