ବିଶ୍ୱତାରିଣୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମ ସୁରକ୍ଷା ଶିବିର
ହାଟଡିହି, (ବିକାଶ ବିଶ୍ୱାଳ) :ହାଟଡିହି ବ୍ଲକ ଛେନାପଦିଛକରେ ଥିବା ବିଶ୍ୱତାରିଣୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମସୁରକ୍ଷା ତାଲିମ ଶିବିର ଉଦଘାଟିତ ହୋଇଯାଇଛି । ଅଧ୍ୟକ୍ଷା ସୁକାନ୍ତୀ ମାହାପାତ୍ରଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ପ୍ରୋଗ୍ରାମ କୋ ଅଡିନେଟର ପ୍ରଧ୍ୟାପିକା ଉଷାରାଣୀ ଦାସଙ୍କ ସଂଯୋଜନାରେ ଶିବିର ପରିଚାଳନା କରାଯାଉଛି । ଆଜିର ଉଦ୍ଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶାସଙ୍ଗ ପଞ୍ଚାୟତର ସରପଞ୍ଚ ମଧୁମିତା ସ୍ୱାଇଁ ଯୋଗଦେଇ ଏହାକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବାସହ ଆତ୍ମରକ୍ଷା ପ୍ରଶିକ୍ଷଣ ଦ୍ୱାରା ଛାତ୍ରୀମାନେ କିପରି ଉପକୃତ ହୋଇ ପାରିବେ ସେନେଇ ଆଲୋକପାତ କରିଥିଲେ । ଏଥିରେ ବିଦ୍ୟାଳୟର ଅନ୍ୟ ପ୍ରଧ୍ୟାପିକା ଓ ପ୍ରଧ୍ୟାପକ ମାନେ ଯୋଗଦେଇ ନିଜ ନିଜର ବକ୍ତବ୍ୟ ରଖିଥିବାବେଳେ ସୀମା ସିମନ୍ତିନୀ ସାହୁ ଓ ବିଳାସିନୀ ସାହୁ ପ୍ରଶିକ୍ଷକ ଭାବେ ଯୋଗଦେଇ ଛାତ୍ରୀମାନଙ୍କୁ ଆତ୍ମରକ୍ଷା କୌଶଳର ତାଲିମ ପ୍ରଦାନ କରିଥିଲେ । ବିଦ୍ୟାଳୟର କର୍ମଚାରୀ ମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।