ବିଦ୍ୟାମନ୍ଦିର ଠାରେ ପ୍ରବେଶ ଉତ୍ସବ

ଭଣ୍ଡାରିପୋଖରୀ, (ଦୁର୍ଯ୍ୟୋଧନ ଲେଙ୍କା) :ଭଣ୍ଡାରିପୋଖରୀ ବ୍ଲକ ମଞ୍ଜୁରୀ ସ୍ଥିତ ଶାରଦା ବିଦ୍ୟାମନ୍ଦିର ଠାରେ ପ୍ରଧାନ ଆଚାର୍ଯ୍ୟ ନିର୍ମଳ ସେନାପତିଙ୍କ ଅଧ୍ୟକ୍ଷତାରେ ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁମତି ସେଠୀ, ସମ୍ମାନୀତ ଅତିଥି ଭାବେ ସରପଞ୍ଚ ସୁଜାତା ସାହୁ, ସମାଜସେବୀ ହରେକୃଷ୍ଣ ଦାସ ପ୍ରମୁଖ ଯୋଗଦେଇ ବିଦ୍ୟାର୍ଥୀଙ୍କ ପାଇଁ ଜୀବନଧର୍ମୀ ବକ୍ତବ୍ୟ ପ୍ରଦାନ କରିଥିଲେ। ବିଦ୍ୟାଳୟ ଜୀବନ ଏକ ସୁନେଲି ସ୍ୱପ୍ନ ପୂରଣ ପାଇଁ ପ୍ରାରମ୍ଭିକ ପ୍ରସ୍ତୁତି ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ। ଏଥିରେ ଅନୁଷ୍ଠାନର ସମସ୍ତ ଛାତ୍ର ଛାତ୍ରୀ ଓ ନୂତନ ବିଦ୍ୟାର୍ଥୀ ମାନେ ଯୋଗଦେଇଥିଲେ। କାର୍ଯ୍ୟକ୍ରମକୁ ଆଚାର୍ଯ୍ୟା ଦମୟନ୍ତୀ, ସବିତା , ସସ୍ମିତା ପ୍ରମୁଖ ପରିଚାଳନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ