ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ସ୍ୱଚ୍ଛଭାରତ କାର୍ଯ୍ୟକ୍ରମ
ଛତ୍ରପୁର, (ଦେବଦତ୍ତ ମହାରଣା) :ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ପକ୍ଷରୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନ ଅବସରରେ ଗତ ୧ ତାରିଖ ଠାରୁ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ କାର୍ଯ୍ୟକ୍ରମ ପାଳନ କରାଯାଉଛି । ଏହି ପରିପ୍ରେକ୍ଷୀରେ ରବିବାର ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ପରିସରରେ ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟର ଅଧିକ୍ଷକ ଡାକ୍ତର ପ୍ରଫୁଲ୍ଲ ଚନ୍ଦ୍ର ଗୌଡଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବରିଷ୍ଠ ଡାକ୍ତର ସୁଦର୍ଶନ ସାହୁ, ମ୍ୟାନେଜର ସନ୍ତୋଷ କୁମାର ପଣ୍ଡା, ହେଲ୍ପ ଡେସ୍କ ମ୍ୟାନେଜର ଜିତେନ୍ଦ୍ର ପ୍ରସାଦ ପଣ୍ଡାଙ୍କ ସମେତ ସିକ୍ୟୁରିଟି ସୁପରଭାଇଜର, ନିର୍ମଳ ସୁପରଭାଇଜର, ହେଲ୍ପଡେସ୍କ କର୍ମଚାରୀ ଓ ବହୁ ମେଡିକାଲ କର୍ମଚାରୀ ମାନେ ଉପସ୍ଥିତ ରହି ଚିକିତ୍ସାଳୟ ପରିସରକୁ ଝାଡୁ ଧରି ସଫେଇ କରିଥିଲେ ।